ଭୁବନେଶ୍ୱର: ଭୀଷଣ ବାତ୍ୟାର ରୂପ ନେଲା ମୋନ୍ଥା । ଏକ ଭୟଙ୍କର ଘୂର୍ଣ୍ଣିଝଡ଼ରେ ପରିଣତ ହୋଇ ଘଣ୍ଟା ପ୍ରତି ୧୫ କିଲୋମିଟର ବେଗରେ ସ୍ଥଳଭାଗ ମୁହାଁଉଛି ବାତ୍ୟା। ଅନ୍ୟପଟେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାତ୍ୟା ମୋନ୍ଥାର ପ୍ରଭାବ ଓ ପ୍ରସ୍ତୁତି ସଂପର୍କରେ ସମୀକ୍ଷା କରିଛନ୍ତି।
ବାତ୍ୟା ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା। ମୁକାବିଲା ପାଇଁ ସରକାର ସବୁ ପ୍ରକାର ବ୍ୟବସ୍ଥା କରିଛନ୍ତି। ଜିରୋ କାଜୁଆଲିଟି ଲକ୍ଷ୍ୟରେ କାର୍ଯ୍ୟ କରାଯାଉଛି। ଦକ୍ଷିଣ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇ ସାରିଛି। ବିଶେଷକରି ୮ଟି ଜିଲ୍ଲା ଆଜି ଓ କାଲି ପ୍ରଭାବିତ ହେବ। ବର୍ତ୍ତମାନ ସୁଦ୍ଧା ୧୧ ହଜାର ୩୯୬ ଜଣଙ୍କୁ ସ୍ଥାନାନ୍ତର ସରିଛି। ୩୦ ହଜାର ୫୯୪ ଜଣଙ୍କୁ ସ୍ଥାନାନ୍ତର କରିବା ଲକ୍ଷ୍ୟ ରହିଛି। ଆବଶ୍ୟକ ପଡ଼ିଲେ ସେମାନଙ୍କୁ ସ୍ଥାନାନ୍ତର କରାଯିବ। ୧୮୭୧ ଗର୍ଭବତୀ ମହିଳାଙ୍କୁ ମେଡିକାଲ୍ ନିଆଯାଇଛି।
