Images (1)

ଜିଲ୍ଲା କୋର୍ଟ ପରିସରରେ ମେ’ ୯ରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

ରାଜ୍ୟ
ବାରିପଦା : ଆସନ୍ତା  ମେ ମାସ ୯ ତାରିଖରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ମୟୂରଭଞ୍ଜ, ବାରିପଦାଙ୍କ ଦ୍ୱାରା ଜିଲ୍ଲା କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବାକୁ ଯାଉଛି। ଜିଲ୍ଲା କୋର୍ଟ ବାରିପଦା ବ୍ୟତୀତ ଅନ୍ୟାନ୍ୟ ସ୍ଥାନ ଯଥା ତାଲୁକ ଆଇନ ସେବା ସମିତି କରଞ୍ଜିଆ, ରାଇରଙ୍ଗପୁର, ଉଦଳା, ବେତନଟୀ, ଯଶିପୁର, ଠାକୁରମୁଣ୍ଡା, ରାସଗୋବିନ୍ଦପୁର ଓ ମୋରୋଡ଼ା ଠାରେ ମଧ୍ୟ ଏହି ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବ।
ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ସମସ୍ତ ପ୍ରକାରର ବିଚାରାଧୀନ ମୋକଦ୍ଦମା ଯଥା ଦେୱାନୀ, ଫୌଜଦାରୀ (ସାଲିସ ଯୋଗ୍ୟ), ପ୍ଲି-ବାର୍ଗେନିଙ୍ଗ ମାମଲା, ମୋଟରଯାନ ଦୁର୍ଘଟଣା ଜନିତ କ୍ଷତି ପୂରଣ, ସାଲିସ ଯୋଗ୍ୟ ଟ୍ରାଫିକ ଚାଲାଣ ମାମଲା, ବ୍ୟାଙ୍କ ଋଣ, ବିଦ୍ୟୁତ ଓ ଜଳ ଯୋଗାଣ, ପାରିବାରିକ ସମସ୍ୟା, ଜମି ଅଧିଗ୍ରହଣ, ଶ୍ରମ ବିବାଦ, ଚେକ ବାଉନ୍ସ ମାମଲା ଓ ଅନ୍ୟାନ୍ୟ ଫୌଜଦାରୀ ମାମଲାର ଆପୋସ ସମାଧାନ ହୋଇପାରିବ। ଏହି ରାଷ୍ଟ୍ରୀୟ ଲୋକ ଅଦାଲତ ଜିଲ୍ଲା ଦୌରାଜଜ ତଥା  ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ୍ୟ ଶ୍ରୀ ସୁଦୀପ୍ତ ଆଚାର୍ଯ୍ୟଙ୍କ ପ୍ରତ୍ୟକ୍ଷ ତତ୍ଵାବଧାନରେ ଅନୁଷ୍ଠିତ ହେବ। ଏଥିରେ ଅଧିକରୁ ଅଧିକ ସଂଖ୍ୟାରେ ଅଂଶଗ୍ରହଣ କରି ପୁରୁଣା ବିବାଦଗୁଡିକର ଆପୋଷ ସମାଧାନ କରାଇବା ନିମନ୍ତେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ମୟୂରଭଞ୍ଜ, ବାରିପଦା ପକ୍ଷରୁ ସମସ୍ତଙ୍କୁ ନିବେଦନ କରାଯାଇଛି।