Odisha CM Mohan Charan Majhi to Join ‘Ekta Marathon in Balasore on November 13 to Mark Sardar Patels 150th Birth Anniversary 750x375

ଦୁର୍ନୀତି ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ; ବିଦା ହେଲେ ଭୁବନେଶ୍ୱରର ପୂର୍ବତନ ଅତିରିକ୍ତ ତହସିଲଦାର

ରାଜ୍ୟ

ଭୁବନେଶ୍ୱର: ଦୁର୍ନୀତି ବିରୁଦ୍ଧରେ କଡା ଆଭିମୁଖ୍ୟ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରର ପୂର୍ବତନ ଅତିରିକ୍ତ ତହସିଲଦାର ଚିତ୍ତରଞ୍ଜନ ପିଲ୍ଲାଙ୍କୁ ଚାକିରିରୁ ବରଖାସ୍ତ କରିଛନ୍ତି। ସେ ପୂର୍ବରୁ ଭୁବନେଶ୍ୱରରେ ଅତିରିକ୍ତ ତହସିଲଦାର ଭାବେ କାର୍ଯ୍ୟ କରୁଥିଲେ ଏବଂ ପରେ ଜଗତସିଂହପୁରରେ ଡେପୁଟି କଲେକ୍ଟର ଭାବେ କାର୍ଯ୍ୟରେ ଯୋଗଦେଇଥିଲେ।

ଭୁବନେଶ୍ୱରରେ ଅତିରିକ୍ତ ତହସିଲଦାର ଥିବାବେଳେ ତାଙ୍କର ଅନେକ ନିଷ୍ପତ୍ତିରେ ଅନିୟମିତତା ନେଇ ତଥ୍ୟ ଆସିଥିଲା। ଜମିଜମା ସମ୍ପର୍କିତ ଅନେକ ନିଷ୍ପତ୍ତି ସମ୍ବନ୍ଧରେ ବିଭାଗର ବରିଷ୍ଠ ଅଧିକାରୀମାନଙ୍କ ଦ୍ୱାରା ତଦନ୍ତ କରାଯାଇଛି ଏବଂ ଏହି ତଦନ୍ତରୁ ବିଭିନ୍ନ ଅନିୟମିତତା ସ୍ପଷ୍ଟ ଭାବେ ପ୍ରକାଶ ପାଇଛି।ଏଥିପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ପୃକ୍ତ ଅଧିକାରୀ ଚିତ୍ତରଞ୍ଜନ ପିଲ୍ଲାଙ୍କୁ ସରକାରୀ ସେବାରୁ ବରଖାସ୍ତ କରିଛନ୍ତି।

ସୂଚନାଯୋଗ୍ୟ ଯେ, ଦୁର୍ନୀତି ବିରୁଦ୍ଧରେ ଶୂନ୍ୟସହନଶୀଳତା ନୀତି ଅବଲମ୍ବନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଆସିଛନ୍ତି। କୌଣସି ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ଛଡା ଯିବନାହିଁ ବୋଲି ମୁଖ୍ୟମନ୍ତ୍ରୀ ଅନେକ ସମୟରେ କହି ଆସିଛନ୍ତି।