Screenshot 2026 07 25 123558 2026 07 25 12 36

ମହଣ ମହଣ ସୁନାରେ ସଜେଇ ହେଲେ ଶ୍ରୀବିଗ୍ରହ, ବିଳମ୍ବିତ ରାତି ପର୍ଯ୍ୟନ୍ତ ଜାରି ରହିବ ଦିବ୍ୟ ଦର୍ଶନ

ରାଜ୍ୟ

ପୁରୀ : ଦାରୁବ୍ରହ୍ମ ଆଜି ମହଣ ମହଣ ସୁନାରେ ଛାଉଣି ହୋଇଛନ୍ତି। ଆଷାଢ଼ ଶୁକ୍ଳ ଏକାଦଶୀ ତିଥି (ଶନିବାର) ବଡ଼ତଢ଼ାଉ ତଥା ସୁନାବେଶରେ ଦର୍ଶନ ଦେଉଛନ୍ତି ଶ୍ରୀବିଗ୍ରହ। ଗୁଣ୍ଡିଚା ଲୀଳା ସାରି ବାହୁଡ଼ିବା ପରେ ମହାପ୍ରଭୁ ସିଂହଦ୍ବାରରେ ବିଶ୍ରାମ ନେଇଛନ୍ତି। ରତ୍ନବେଦିକୁ ବାହୁଡ଼ିବା ପୂର୍ବରୁ ରଥାରୂଢ଼ ହୋଇ ସୁନାବେଶରେ ଝଟକିଛନ୍ତି ଜଗତାଧିପତି। ଆପାଦ ମସ୍ତକ ସୁନାରେ ସଜେଇ ହୋଇ ମହାପ୍ରଭୁ ରାଜବେଶରେ ଦର୍ଶନ ଦେଉଥିବାରୁ ଏହି ବେଶ ସଂଦର୍ଶନ ପାଇ ବହୁ ଭକ୍ତ ଆତ୍ମବିଭୋଗର ହୋଇଛନ୍ତି।

ସୁନାର କିରୀଟ, କୁଣ୍ଡଳ, ରତ୍ନଖଚିତ ଘାଗଡ଼ାମାଳି, ବାହାଡ଼ାମାଳି, ତାବିଜମାଳି, ହରିଡ଼ାମାଳି, କଦମ୍ୱମାଳି, ବାଘନଖୀମାଳି, ସେବତୀମାଳି, ହଳମୂଷଳ, ଚକ୍ର, ତିଳକ, ଆଡ଼କାନି, ଚନ୍ଦ୍ର-ସୂର୍ଯ୍ୟ, ଅଳକା, ଓଡ଼ିଆଣୀ, ଚନ୍ଦ୍ରିକା, ତଡ଼ଗି ଆଦି ଅଳଙ୍କାର ପିନ୍ଧି ଶ୍ରୀଜିଉ ଦର୍ଶନ ଦେଉଛନ୍ତି। ସୁନାବେଶ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ଅନୁଯାୟୀ, ସନ୍ଧ୍ୟା ୫ଟାରୁ ସୁନାବେଶ ଆରମ୍ଭ ହେଇଥିବା ବେଳେ ଏହା ରାତି ୧୧ଟା ପର୍ଯ୍ୟନ୍ତ ଜାରି ରହିବ। ଏହା ପରେ ବେଶ ଓଲାଗି (ଖୋଲା ହେବ) ହେବ।

ଭକ୍ତମାନଙ୍କର ଶୃଙ୍ଖଳିତ ଦର୍ଶନ ତଥା ଭିଡ଼ ନିୟନ୍ତ୍ରଣ ପାଇଁ ପ୍ରତିବର୍ଷ ଭଳି ମାର୍କେଟ୍‌ ଛକରୁ ବଡ଼ଦାଣ୍ଡରେ ବାରିକେଡ୍‌ ବ୍ୟବସ୍ଥା କରାଯାଇଛି। ଭକ୍ତ ବଡ଼ଦାଣ୍ଡରେ ବାମପାର୍ଶ୍ବରୁ ଦର୍ଶନ ପାଇଁ ପ୍ରବେଶ କରୁଛନ୍ତି। ରଥ ଆଗ ଦେଇ ଦର୍ଶନ ସାରିବା ପରେ ଡାହାଣ ପାର୍ଶ୍ବରେ ପ୍ରସ୍ଥାନ କରୁଛନ୍ତି।

ଶ୍ରୀଜଗନ୍ନାଥଙ୍କ ଅଳଙ୍କାର
କିରୀଟ, ଶ୍ରୀଭୁଜ, ଶ୍ରୀପୟର, ଓଡ଼ିଆଣି, ଚନ୍ଦ୍ରସୂର୍ଯ୍ୟ, ଆଡ଼କାନି, ଘାଗଡ଼ା ମାଳି, କଦମ୍ବ ମାଳି, ତିଳକ, ଚନ୍ଦ୍ରିକା, ଅଳକା, ଝୋବାକଣ୍ଠି, ସ୍ବର୍ଣ୍ଣ ଚକ୍ର, ରୌପ୍ୟ ଶଙ୍ଖ, ହରିଡ଼ା, ବାହାଡ଼ା ମାଳି, ତାବିଜ ମାଳି, ସେବତୀ ମାଳି ଓ ତ୍ରିଖଣ୍ଡିକା କମରପଟି।

ଶ୍ରୀବଳଭଦ୍ରଙ୍କ ଅଳଙ୍କାର
ଶ୍ରୀପୟର, ଶ୍ରୀଭୁଜ, କିରୀଟ, ଓଡ଼ିଆଣି, କୁଣ୍ଡଳ, ତ୍ରିଖଣ୍ଡିକା କମରପଟି, ଚନ୍ଦ୍ରସୂର୍ଯ୍ୟ, ସେବତୀ ମାଳି, ଆଡ଼କାନି, ବାଘନଖ ମାଳି, ଘାଗଡ଼ା ମାଳି, ବାହାଡ଼ା ମାଳି, କଦମ୍ବ ମାଳି, ତିଳକ, ଚନ୍ଦ୍ରିକା, ଅଳକା, ଝୋବା କଣ୍ଠି, ହଳ ଓ ମୂଷଳ।

ଦେବୀ ସୁଭଦ୍ରାଙ୍କ ଅଳଙ୍କାର
କିରୀଟ, ଓଡ଼ିଆଣି, କାନ, ଚନ୍ଦ୍ରସୂର୍ଯ୍ୟ, ଘାଗଡ଼ା ମାଳି, କଦମ୍ବ ମାଳି, ୨ଟି ତଗଡ଼ି, ସେବତୀ ମାଳି