IMG 20260810 WA0196

 ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

ରାଜ୍ୟ
ବାରିପଦା  : ଆଜି ବାମନଘାଟୀ ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇ ଯାଇଛି | ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ଶିବିରରେ ରାଇରଙ୍ଗପୁର ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ସୁରେଶ ଚନ୍ଦ୍ର ପାତ୍ର,ରାଇରଙ୍ଗପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଅଜିତ କୁମାର, ଉପଜିଲ୍ଲାପାଳ ଶ୍ରୀ ଉଗ୍ରେସନ ଓରାମ ଓ ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟର ଅଧିକ୍ଷକ ଡା. ରବୀନ୍ଦ୍ର ନାଥ ମାର୍ଣ୍ଡି ପ୍ରମୁଖ ଯୋଗ ଦେଇଥିଲେ |
ପ୍ରାରମ୍ଭରେ ଜିଲ୍ଲାପାଳ  ଉପସ୍ଥିତ ସମସ୍ତ ଅଧିକାରୀ ମାନଙ୍କୁ ସ୍ୱାଗତ କରିବା ସହ ଜନସାଧାରଣଙ୍କ ଠାରୁ ଆସୁଥିବା ଆପତ୍ତି ଅଭିଯୋଗ ଗୁଡିକର ସମାଧାନ ତ୍ୱରିତ ପ୍ରକ୍ରିୟାରେ ସମ୍ପନ୍ନ କରିବା ପାଇଁ ପରାମର୍ଶ ଦେଇଥିଲେ | ଆଜିର ଏହି ଶିବିର ରେ ଜନସାଧାରଣ ଙ୍କ ଠାରୁ ମୋଟ ୧୦୭ଟି ଅଭିଯୋଗ ପତ୍ର ଗ୍ରହଣ ହୋଇଥିବା ବେଳେ ୮୪ଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ଏବଂ ୨୩ଟି  ଗ୍ରାମବାସୀଙ୍କ ବିଭିନ୍ନ ସମସ୍ୟା ଭିତ୍ତିକ ସାମୁହିକ ଅଭିଯୋଗ ଥିଲା | ଏଥି ମଧ୍ୟରୁ ୪ଗୋଟି ଅଭିଯୋଗର ତତ୍କାଳ ସମାଧାନ ହୋଇଥିଲା।
ଆବେଦନର ଗୁରତ୍ୱକୁ ବିଚାର କରି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ  ଜଣଙ୍କୁ ଟ.୧୦,୦୦୦/-ଙ୍କା ଓ ରେଡକ୍ରସ ପାଣ୍ଠିରୁ ୨ଜଣଙ୍କୁ ଟ ୨୦,୦୦୦/-ଙ୍କା ଜିଲ୍ଲାପାଳ ମଂଜୁର କରିଛନ୍ତି । ଅନ୍ୟାନ୍ୟ ଆପତ୍ତି ଅଭିଯୋଗ ଗୁଡିକର ବିଷୟ ପ୍ରସଙ୍ଗ ଉପରେ ସବିଶେଷ ତଦନ୍ତ କରି ଅନୁଧ୍ୟାନ ପୂର୍ବକ ବିହିତ କାର୍ଯ୍ୟାନୁଷ୍ଠାନ ନେବା ସହ ତ୍ୱରିତ ପ୍ରକ୍ରିୟାରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ  ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ | ଅନୁଷ୍ଠିତ ଉକ୍ତ ଶିବିର ରେ ବାମନଘାଟି ଉପଖଣ୍ଡ ଅଧିନସ୍ଥ ସମସ୍ତ ଉପଖଣ୍ଡ ସ୍ତରୀୟ ବିଭାଗୀୟ ଅଧିକାରୀ, ରାଇରଙ୍ଗପୁର ପୌରପାଳିକାର କାର୍ଯ୍ୟନିର୍ବାହୀ ଅଧିକାରୀ,ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର,ଗୋଷ୍ଠୀ ଶିକ୍ଷା ଅଧିକାରୀ, ବିଭିନ୍ନ ଲାଇନ ବିଭାଗର ଅଧିକାରୀଗଣ ଉପସ୍ଥିତ ଥିଲେ।