Pm3

ଭାରତୀୟ ରିଜର୍ଭ ବ୍ୟାଙ୍କର ନୂତନ ଡାଟା ସେଣ୍ଟର ଲୋକାର୍ପିତ କଲେ ପିଏମ୍ ମୋଦୀ

ଦେଶ - ବିଦେଶ ରାଜ୍ୟ

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ଜଟଣୀରେ ନିର୍ମିତ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)ର ନୂତନ ଡାଟା ସେଣ୍ଟର ଏବଂ ସାଇବର୍‌ ସୁରକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନକୁ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀ ମୋଦୀ ରବିବାର ଅପରାହ୍ଣ ପ୍ରାୟ ୪ଟା ୧୦ରେ ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଥିଲେ।

ସେଠାରୁ ବାୟୁସେନାର ସ୍ବତନ୍ତ୍ର ହେଲିକପ୍ଟରରେ ପ୍ରଧାନମନ୍ତ୍ରୀ ଇନଫୋଭ୍ୟାଲି ହେଲିପ୍ୟାଡରେ ପହଞ୍ଚିବା ପରେ ସେଠାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ ସ୍ବାଗତ ସ୍ବାଗତ କରିଥିଲେ । ସେଠାରୁ ଆର୍‌ବିଆଇ ଡାଟା ସେଣ୍ଟରରେ ପହଞ୍ଚି ପ୍ରତିଷ୍ଠାନକୁ ଉଦ୍‌ଘାଟନ କରିଥିଲେ।

ଉଦ୍‌ଘାଟନୀ ପରେ ସେ ସଡ଼କ ପଥରେ ଭୁବନେଶ୍ବର ବିମାନବନ୍ଦରକୁ ଫେରିଯିବେ । ୬ଟା ୩୫ରେ ଭୁବନେଶ୍ବରରୁ ଦିଲ୍ଲୀ ଅଭିମୁଖେ ଫେରିଯିବାର କାର୍ଯ୍ୟକ୍ରମ ରହିଛି । ପ୍ରଧାନମନ୍ତ୍ରୀଙ୍କ ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ବ୍ରଜମୋହନ ରାମ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଅର୍ଥମନ୍ତ୍ରୀ ନୀର୍ମଳା ସୀତାରମଣ, ଆର୍‌ବିଆଇ ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରା, ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ଯୋଗଦେଥିଲେ ।