IMG 20261110 WA0336

 ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି

ରାଜ୍ୟ
ବାରିପଦା :   ରାଇରଙ୍ଗପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ଅଧ୍ଯକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇ ଯାଇଛି ।କାର୍ଯ୍ଯକ୍ରମରେ ରାଇରଙ୍ଗପୁର ଉପଜିଲ୍ଲାପାଳ ଶ୍ରୀ ଉଗ୍ରେସନ ଓରାମ, ରାଇରଙ୍ଗପୁର ଆରକ୍ଷୀ ଅଧିକ୍ଷକ ଶ୍ରୀ ସୁରେଶ ଚନ୍ଦ୍ର ପାତ୍ର, ଉପଖଣ୍ଡ ଚିକିତ୍ସାଳୟର ଅଧିକ୍ଷକ ଡା. ରବୀନ୍ଦ୍ର ନାଥ ମାର୍ଣ୍ଡି, ରାଇରଙ୍ଗପୁର ପି ଏ ଆଇ ଟି ଡି ଏ, ଯୋଗରଂଜନ ନାୟକ ଓ ଜିଲ୍ଲା ଜରୁରୀ କାଳୀନ କାର୍ଯ୍ୟାଳୟର ସହକାରୀ ଜିଲ୍ଲାପାଳ ତାପସ କୁମାର ମହାନ୍ତ ପ୍ରମୁଖ ଯୋଗ ଦେଇଥିଲେ .।ଆଜିର ଏହି ଶିବିର ରେ ପଂଜିକୃତ ୫୯ଟି ଅଭିଯୋଗ ପତ୍ର ଗ୍ରହଣ ହୋଇଥିବା ବେଳେ ୫୦ଗୋଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ଏବଂ ୯ଟି  ଗ୍ରାମବାସୀଙ୍କ ବିଭିନ୍ନ ସମସ୍ୟା ଭିତ୍ତିକ ସାମୁହିକ ଅଭିଯୋଗ ଥିଲା.ଏଥି ମଧ୍ୟରୁ ୨ଗୋଟି ଅଭିଯୋଗର ତତ୍କାଳ ସମାଧାନ ହୋଇଥିଲା ।ଆବେଦନର ଗୁରତ୍ୱକୁ ବିଚାର କରି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ  ୨ଜଣଙ୍କୁ ଟ.୨୦,୦୦୦/-ଙ୍କା  ଜିଲ୍ଲାପାଳ ମଂଜୁର କରିଛନ୍ତି।
ଅନ୍ୟାନ୍ୟ ଆପତ୍ତି ଅଭିଯୋଗ ଗୁଡିକର ବିଷୟ ପ୍ରସଙ୍ଗ ଉପରେ ସବିଶେଷ ତଦନ୍ତ କରି ଅନୁଧ୍ୟାନ ପୂର୍ବକ ବିହିତ କାର୍ଯ୍ୟାନୁଷ୍ଠାନ ନେବା ସହ ତ୍ୱରିତ ପ୍ରକ୍ରିୟାରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ  ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ. ।ଏହି ଅବସରରେ ଜିଲ୍ଲା ଶ୍ରମ ବିଭାଗ ପକ୍ଷରୁ ଓଡିଶା ସରକାରଙ୍କ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନାରେ ତିନି ଜଣ ହିତାଧିକାରୀଙ୍କୁ  ଯଥାକ୍ରମେ ମୃତ୍ୟୁ କାଳୀନ ସହାୟତା , ବିବାହ ସହାୟତା ଓ ଉଚ୍ଚ ଶିକ୍ଷା ଗ୍ରହଣ ପାଇଁ ଆର୍ଥିକ ସହାୟତା ଭାବେ ଟ.୩, ୦୫,୦୦୦/-, ଟ.୫୦,୦୦୦/-ଓ ଟ. ୮୪୦୦/- ଅର୍ଥରାଶି ଜିଲ୍ଲାପାଳ ଚେକ ମାଧ୍ୟମରେ ପ୍ରଦାନ କରିଥିଲେ। ଅନୁଷ୍ଠିତ ଉକ୍ତ ଶିବିର ରେ ବାମନଘାଟି ଉପଖଣ୍ଡ ଅଧିନସ୍ଥ ସମସ୍ତ ଉପଖଣ୍ଡ ସ୍ତରୀୟ ବିଭାଗୀୟ ଅଧିକାରୀ, ରାଇରଙ୍ଗପୁର ପୌରପାଳିକାର କାର୍ଯ୍ୟନିର୍ବାହୀ ଅଧିକାରୀ,ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର,ଗୋଷ୍ଠୀ ଶିକ୍ଷା ଅଧିକାରୀ, ବିଭିନ୍ନ ଲାଇନ ବିଭାଗର ଅଧିକାରୀଗଣ ଉପସ୍ଥିତ ଥିଲେ।