ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି କଟକର ଐତିହାସିକ ବାଲିଯାତ୍ରା ଉତ୍ସବରେ ଯୋଗଦେଇ ଶୁଭାରମ୍ଭ କରିଛନ୍ତି। ପ୍ରଥମ ଥର ପାଇଁ ଜଣେ ରାଷ୍ଟ୍ରପତି ବାଲିଯାତ୍ରା ଉଦଘାଟନରେ ସାମିଲ ହୋଇଛନ୍ତି। ସୂଚନା ଅନୁଯାୟୀ, ଏହି ମେଳା ନଭେମ୍ବର ୨୪ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ଚାଲିବ।
ମହାନଦୀରେ ରାଷ୍ଟ୍ରପତି ନିଜେ ଡଙ୍ଗା/ବୋଇତ ଭସାଇ ପ୍ରାଚୀନ ନୌବାଣିଜ୍ୟ ପରମ୍ପରାକୁ ସ୍ମରଣ କରିଛନ୍ତି। ଏହି ଅବସରରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ମହାନଦୀ ପଠା ତଳପଡ଼ିଆ ଓ ଉପର ପଡ଼ିଆରେ ପ୍ରାୟ ୬୦ ଏକର ଅଞ୍ଚଳରେ ୧୮୦୦ରୁ ଅଧିକ ଷ୍ଟଲ୍ ଖୋଲିଛି। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ କଟକ ମହାନଗର ନିଗନ, କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।
