ନାବାଳିକା ଦୁଷ୍କର୍ମ ଅଭିଯୋଗରେ ଅଭିଯୁକ୍ତ କୁ 30 ବର୍ଷ ସଶ୍ରମ କାରାଦଣ୍ଡ ସମେତ ଜୋରିମାନା

ରାଜ୍ୟ

ବାରିପଦା: ଏକ ଜନୈକ ନାବାଳିକା ସହିତ ହୋଇଥିବା ଦୁଷ୍କର୍ମ ସଂକ୍ରାନ୍ତ ମାମଲାର ବିଚାର କରି ମାନ୍ୟବର ଆଡ଼ ହକ ଆଡିସନାଲ ଜିଲ୍ଲା ଓ ଦୌରାଜଜ ଫାଷ୍ଟଟ୍ରାକ ସ୍ପେଶାଲ କୋର୍ଟ ଅଣ୍ଡାର ପୋକ୍ସ ଆକ୍ଟ ସନ୍ତୋଷ କୁମାର ନାୟକ ଅଭିଯୁକ୍ତ ମୟୁରଭଞ୍ଜ ଜିଲ୍ଲା ବିଶୋଇ ଥାନା ଅନ୍ତର୍ଗତ ବାଧୁନିଆ ଗ୍ରାମର ଭାଲୁ ଏଲିଏସ ନାରଣ ସୋରେନ (30) କୁ ଦଫା 450 ଏବଂ 363 ଉଭୟରେ ଅନୁଯାୟୀ ପାଞ୍ଚ ବର୍ଷ ଲେଖାଏଁ ସଶ୍ରମ କାରାଦଣ୍ଡ ସମେତ ମୋଟ ଦଶ ହଜାର ଟଙ୍କା ଜୋରିମାନା ଅନାଦେୟ ଅଧିକ ଛଅ ମାସ ସଶ୍ରମ କାରାଦଣ୍ଡ ରେ ଦଣ୍ଡିତ କରିଛନ୍ତି l ସେହିପରି ଦଫା 376-D ରେ କୋଡିଏ ବର୍ଷ ସଶ୍ରମ କାରାଦଣ୍ଡ ସମେତ ପଚାସ ହଜାର ଟଙ୍କା ଜୋରିମାନା ଅନାଦେୟ ଅଧିକ ଏକ ବର୍ଷ ସଶ୍ରମ କାରାଦଣ୍ଡ ରେ ଦଣ୍ଡିତ କରିଛନ୍ତି l ଏ ସମସ୍ତ ଦଣ୍ଡାଦେଶ ଏକକାଳୀନ ଲାଗୁ କରିବା ପାଇଁ ରାୟରେ ଉଲେଖ କରାଯାଇଅଛି l ମାମଲାର ବିବରାଣୀ ରୁ ପ୍ରକାଶ ଯେ 8-7-2017 ରିଖ ରା଼ତ୍ରୀ ପାଖାପାଖି ଏଗାରଟା ସମୟରେ ପୀଡିତା ନାବାଳିକା ଜଣକ ତାର ସମ୍ପର୍କୀୟ ଜେଜେମା ଘରେ ଶୋଇଥିବା ସମୟରେ ଅଭିଯୁକ୍ତ ନାରଣ ସୋରେନ ଏବଂ ତାର ଜଣେ ସାଙ୍ଗ ତାକୁ ଘର ଭିତରୁ ଜୋର ଜବରଦସ୍ତ ଉଠାଇ ନେଇ ନିକଟସ୍ଥ ଏକ ଜଙ୍ଗଲରେ ତା ସହିତ ଦୁଷ୍କର୍ମ କରିଥିଲେ l ନାବାଳିକା ଜଣକ ପାଟି କରିବାରୁ ତାକୁ ଏକ ଛୁରୀ ଦେଖାଇ ଏ କଥା କାହାରି ଆଗରେ ପ୍ରକାଶ କଲେ ଜୀବନରୁ ମାରିଦେବାର ଧମକ ଦେଇଥିଲେ l ଘଟଣା ଘଟଇ ଅଭିଯୁକ୍ତ ସେଠାରୁ ଫେରାର ହୋଇଯାଇଥିଲେ l ନାବାଳିକା ଜଣକ ଘରକୁ ଆସି ସବୁକଥା କହିଥିଲା l ପୀଡିତା ନାବାଳିକା ନ୍ୟାୟ ପାଇଁ ଥାନାର ଦୁଆରସ୍ଥ ହୋଇଥିଲା l ଏ ବାବଦରେ ବିଶୋଇ ଥାନାରେ କେସ ନମ୍ବର 43/9.7.2017 ରେ ଏକ ପୋକ୍ସ ମାମଲା ରୁଜୁ କରିବା ସହ ଅଭିଯୁକ୍ତ କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିଲା l ଆଜି ମାନ୍ୟବର ଅଦଲତ ପକ୍ଷରୁ ସମସ୍ତ 18 ଜଣ ସାକ୍ଷୀ ଏବଂ ଆବଶ୍ୟକୀୟ ପ୍ରମାଣପତ୍ର କୁ ଭିତ୍ତି କରି ଚୂଡାନ୍ତ ରାୟ ପ୍ରକାଶ ପାଇଅଛି l ଉକ୍ତ କେସକୁ ସରକାରଙ୍କ ପକ୍ଷରୁ ଆଇନଜୀବୀ ମନୋରନଞ୍ଜ ପଟ୍ଟନାଏକ ପରିଚାଳନା କରିଥିଲେ l