Img 20250519 wa0191

ଜିଲ୍ଲାସ୍ତରୀୟ ଆନ୍ତଃ ବିଦ୍ୟାଳୟ କ୍ରିକେଟ ଟୁର୍ଣ୍ଣାମେଣ୍ଟରେ ୩ୟ ଦିନର ଖେଳ (ଟିମ- ସି ବିଜୟୀ)

ରାଜ୍ୟ

ବାରିପଦା: ସ୍ଥାନୀୟ ବାରିପଦା ଷ୍ଟାଡିୟମ ପଡିଆରେ ଓଡିଶା କ୍ରିକେଟ ଏସୋସିଏସନ ଆନୁକୂଲ୍ୟରେ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ସହଯୋଗରେ ଆୟୋଜିତ ଜିଲ୍ଲାସ୍ତରୀୟ ଆନ୍ତଃ ବିଦ୍ୟାଳୟ କ୍ରିକେଟ ଟୁର୍ଣ୍ଣାମେଣ୍ଟର ୩ୟ ଦିନର ଖେଳରେ ମୟୁରଭଞ୍ଜ କମ୍ବାଇଣ୍ଡ ସ୍କୁଲ ଟିମ – ସି, ଟିମ – ଇ କୁ ୧୧ ରନରେ ପରାସ୍ତ କରିଥିଲା I ପ୍ରଥମେ ବ୍ୟାଟିଂ କରି ଟିମ- ସି ୧୯. ୫ ଓଭରରେ ସମସ୍ତ ଉଇକେଟ ହରାଇ ୯୬ ରନ ସଂଗ୍ରହ କରିଥିଲେ I ଦଳ ପକ୍ଷରୁ କେଶବ ପାତ୍ର ୨୨ ରନ ସଂଗ୍ରହ କରିଥିବାବେଳେ ବିପକ୍ଷ ଦଳର ସତ୍ୟମ ସୁନ୍ଦରମ ସେନାପତି ୪ ଟି ଉଇକେଟ ଅକ୍ତିଆର କରିଥିଲେ I ଉତ୍ତରରେ ଟିମ – ଇ ୧୯. ୫ ଓଭରରେ ସମସ୍ତ ଉଇକେଟ ହରାଇ ୮୫ ରନ ସଂଗ୍ରହ କରିପାରିଥିଲେ I ଦଳ ପକ୍ଷରୁ ଚନ୍ଦନ ସିଂ ୨୮ ରନ ସଂଗ୍ରହ କରିଥିବା ବେଳେ ବିପକ୍ଷ ଦଳର ରୋହିତ ସେଠି ୩ ଟି ଉଇକେଟ ଅକ୍ତିଆର କରି ମ୍ୟାନ ଅଫ ଦି ମ୍ୟାଚ ବିବେଚିତ ହୋଇଥିଲେ I ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ସାଧାରଣ ସମ୍ପାଦକ ବିଜୟ କୁମାର ଦାସ, ଗଣମାଧ୍ୟମ ସଂଯୋଜକ ତଥା ପୂର୍ବତନ କ୍ରିକେଟ ଖେଳାଳି ସୋମନାଥ ସିଂହ, ସହ ସମ୍ପାଦକ ବୈଦ୍ୟନାଥ ରଥ ଓ ଅଶୋକ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ରହି ଯୁବ ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ I ଅମିତାଭ ପଟ୍ଟନାୟକ ଓ ସୁଶାନ୍ତ ମହାନ୍ତି ଖେଳ ପରିଚାଳନା କରିଥିବା ବେଳେ ସମ୍ବିତ କୁମାର ମହାରଣା ସ୍କୋରିଂରେ ସହାୟତା ପ୍ରଦାନ କରିଥିଲେ I ଆସନ୍ତା କାଲି ମୟୁରଭଞ୍ଜ କମ୍ବାଇଣ୍ଡ ସ୍କୁଲ ଟିମ – ଏ ଏବଂ ଟିମ – ସି ମଧ୍ୟରେ ଖେଳ ଅନୁଷ୍ଠିତ ହେବ ବୋଲି କ୍ରିକେଟ ସମ୍ପାଦକ ହରପ୍ରସାଦ ପାତ୍ର ଜଣାଇଛନ୍ତି I

Shrutilipi ad