Img 20250523 wa0216

ଜିଲ୍ଲାସ୍ତରୀୟ ଆନ୍ତଃ ବିଦ୍ୟାଳୟ କ୍ରିକେଟ ଟୁର୍ଣ୍ଣାମେଣ୍ଟରେ ୭ମ ଦିନର ଖେଳ (ଟିମ – ଡି ୮ ଉଇକେଟରେ ବିଜୟୀ)

ଖେଳ

ବାରିପଦା: ସ୍ଥାନୀୟ ବାରିପଦା ଷ୍ଟାଡିୟମ ପଡିଆରେ ଓଡିଶା କ୍ରିକେଟ ଏସୋସିଏସନ ଆନୁକୂଲ୍ୟରେ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ସହଯୋଗରେ ଆୟୋଜିତ ଜିଲ୍ଲାସ୍ତରୀୟ ଆନ୍ତଃ ବିଦ୍ୟାଳୟ କ୍ରିକେଟ ଟୁର୍ଣ୍ଣାମେଣ୍ଟର ୭ମ ଦିନର ଖେଳରେ ମୟୁରଭଞ୍ଜ କମ୍ବାଇଣ୍ଡ ସ୍କୁଲ ଟିମ – ଡି, ସେଣ୍ଟ ଏନିଜ କନଭେଣ୍ଟ ସ୍କୁଲକୁ ୮ ଉଇକେଟରେ ପରାସ୍ତ କରିଥିଲା I ପ୍ରଥମେ ବ୍ୟାଟିଂ କରି ସେଣ୍ଟ ଏନିଜ କନଭେଣ୍ଟ ସ୍କୁଲ ୧୬ ଓଭରରେ ସମସ୍ତ ଉଇକେଟ ହରାଇ ମାତ୍ର ୫୩ ରନ ସଂଗ୍ରହ କରିଥିଲେ I ବିପକ୍ଷ ଦଳର ଜଗନ ରେଡ୍ଡୀ ୪ ଟି ଉଇକେଟ ଅକ୍ତିଆର କରିଥିଲେ I ଉତ୍ତରରେ ଟିମ – ଡି  ୭. ୫ ଓଭରରେ ୨ ଉଇକେଟ ହରାଇ ୫୪ ରନ କରି ବିଜୟ ଲକ୍ଷ୍ୟ ହାସଲ କରିଥିଲେ I ଦଳ ପକ୍ଷରୁ ସୁଜିତ ଦେଓ ୧୯ ରନ ସଂଗ୍ରହ କରିଥିଲେ I ଜଗନ ରେଡ୍ଡୀ ମ୍ୟାନ ଅଫ ଦି ମ୍ୟାଚ ବିବେଚିତ ହୋଇଥିଲେ I ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ସାଧାରଣ ସମ୍ପାଦକ ବିଜୟ କୁମାର ଦାସ, ଗଣମାଧ୍ୟମ ସଂଯୋଜକ ସୋମନାଥ ସିଂହ, ସହ ସମ୍ପାଦକ ବୈଦ୍ୟନାଥ ରଥ ଓ ଅଶୋକ ପଟ୍ଟନାୟକ ଉପସ୍ଥିତ ରହି ଯୁବ ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ I ଦିଲ୍ଲୀପ କୁମାର ଦାସ ଓ ସୁଶାନ୍ତ ମହାନ୍ତି ଖେଳ ପରିଚାଳନା କରିଥିବା ବେଳେ ସମ୍ବିତ କୁମାର ମହାରଣା ସ୍କୋରିଂରେ ସହାୟତା ପ୍ରଦାନ କରିଥିଲେ I ଆସନ୍ତା କାଲି ମୟୁରଭଞ୍ଜ କମ୍ବାଇଣ୍ଡ ସ୍କୁଲ ଟିମ – ଏଫ ଏବଂ ସେଣ୍ଟ ଇନିଜ କନଭେଣ୍ଟ ସ୍କୁଲ ମଧ୍ୟରେ ଖେଳ ଅନୁଷ୍ଠିତ ହେବ I

Shrutilipi ad