- ମୋଟ ୮୧ ଟି ଅଭିଯୋଗ ର ହେଲା ଶୁଣାଣୀ
ବାରିପଦା : ଆଜି ବାମନଘାଟୀ ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଠାରେ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ରେ ଏକ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଶିବିର ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସଭ୍ୟଙ୍କ ସଭାପତିତ୍ଵରେ ଅନୁଷ୍ଠିତ ହୋଇ ଯାଇଛି.
ଉକ୍ତ ଶିବିରରେ ବାମନଘାଟି ଉପ ଜିଲ୍ଲାପାଳ ଶ୍ରୀ ସୌମ୍ୟରଞ୍ଜନ ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଈଶ୍ୱର ଚନ୍ଦ୍ର ନାଏକ , ରାଇରଙ୍ଗପୁର ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ଯଦୁନାଥ ଜେନା, ରାଇରଙ୍ଗପୁର ପି. ଏ. ଆଇ ଟି ଡି ଏ ଶ୍ରୀ ଯୋଗ ରଞ୍ଜନ ନାୟକ ପ୍ରମୁଖ ଯୋଗ ଦେଇଥିଲେ
ଆଜିର ଏହି ଶିବିର ରେ ଜନସାଧାରଣ ଙ୍କ ଠାରୁ ମୋଟ ୮୧ଟି ଅଭିଯୋଗ ପତ୍ର ଗ୍ରହଣ ହୋଇଥିବା ବେଳେ ୬୫ଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ଏବଂ ୧୬ଟି ଗ୍ରାମବାସୀ ଙ୍କ ବିଭିନ୍ନ ସମସ୍ୟା ଭିତ୍ତିକ ସାମୁହିକ ଅଭିଯୋଗ ଥିଲା. ଏଥି ମଧ୍ୟରୁ ଗୋଟିଏ ଅଭିଯୋଗର ତତ୍କାଳ ସମାଧାନ ହୋଇଥିଲା।
ଅନ୍ୟାନ୍ୟ ଆପତ୍ତି ଅଭିଯୋଗ ଗୁଡିକର ବିଷୟ ପ୍ରସଙ୍ଗ ଉପରେ ସବିଶେଷ ତଦନ୍ତ କରି ଅନୁଧ୍ୟାନ ପୂର୍ବକ ବିହିତ କାର୍ଯ୍ୟାନୁଷ୍ଠାନ ନେବା ସହ ତ୍ୱରିତ ପ୍ରକ୍ରିୟା ରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ.
ଅନୁଷ୍ଠିତ ଉକ୍ତ ଶିବିର ରେ ବାମନଘାଟି ଉପଖଣ୍ଡ ଅଧିନସ୍ଥ ସମସ୍ତ ଉପଖଣ୍ଡ ସ୍ତରୀୟ ବିଭାଗୀୟ ଅଧିକାରୀ, ରାଇରଙ୍ଗପୁର ପୌରପାଳିକା ର କାର୍ଯ୍ୟନିର୍ବାହୀ ଅଧିକାରୀ,ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର,ଗୋଷ୍ଠୀ ଶିକ୍ଷା ଅଧିକାରୀ, ବିଭିନ୍ନ ଲାଇନ ବିଭାଗ ର ଅଧିକାରୀଗଣ ଉପସ୍ଥିତ ଥିବା ବେଳେ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ର କର୍ମଚାରୀ ମାନଙ୍କ ଦ୍ୱାରା ଶିବିର କାର୍ଯ୍ୟକ୍ରମ ପରିଚାଳନା କରାଯାଇଥିଲା.

