Odisha govt 300x157

ଖୁବଶୀଘ୍ର ପୂରଣ ହେବ ୨୨, ୮୯୬ ଗ୍ରୁପ୍ ସି ପଦବୀ, ଅଗଷ୍ଟ ୩୧ ସୁଦ୍ଧା ପ୍ରକ୍ରିୟା ସାରିବାକୁ ନିର୍ଦ୍ଦେଶ

ରାଜ୍ୟ

ଭୁବନେଶ୍ୱର: ଖୁଵଶୀଘ୍ର ପୂରଣ ହେବ ୨୨ହଜାର ୮୯୬ ଗ୍ରୁପ ସି ପଦବୀ। ରାଜ୍ୟ ସରକାରଙ୍କ ୧୦ ବିଭାଗର ଗ୍ରୁପ ସି ର ୨୨ ହଜାର ୮୯୬ ପଦବୀ ପୂରଣ ପାଇଁ ମୁଖ୍ୟ ସଚିବଙ୍କ ନିର୍ଦ୍ଦେଶ। ଅଗଷ୍ଟ ୩୧ ସୁଦ୍ଧା ପ୍ରତ୍ୟକ୍ଷ ନିଯୁକ୍ତି ପ୍ରକ୍ରିୟାରେ ନିଯୁକ୍ତି ପୂରଣ କରିବାକୁ ନିର୍ଦ୍ଦେଶ ରହିଛି।
ଖାଲି ପଡ଼ିଥିବା ପଦବୀ ମଧ୍ୟରୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସର୍ବାଧିକ ୮ ହଜାର୩୫୮, ପଞ୍ଚାୟତିରାଜ ବିଭାଗର ୪ ହଜାର ୪୨, ସ୍ୱାସ୍ଥ୍ୟ ବିଭାଗର ୩ ହଜାର ୬୭୭ ଟି ଏବଂ ସ୍ବାସ୍ଥ୍ୟ ବିଭାଗରେ ୩,୬୭୭ଟି ପଦବୀ ପୂରଣ କରାଯିବ। ୧୦ଟି ବିଭାଗରେ ୪୪ ହଜାର୯୦୯ଟି ଗ୍ରୁପ ସି ପଦବୀ ଖାଲି ପଡ଼ିଥିବା ବେଳେ ୨୨ ହଜାର ୮୯୬ ପଦବୀ ପୂରଣ ପାଇଁ ବିଭାଗ ଗୁଡିକୁ ନିର୍ଦ୍ଦେଶ ଦେଇଛନ୍ତି ସରକାର ।
ଏହି ନିଯୁକ୍ତି ପ୍ରକ୍ରିୟା ରାଜ୍ୟରେ ବେକାରୀ ସମସ୍ୟା ହ୍ରାସ କରିବା ସହିତ ବିଭିନ୍ନ ବିଭାଗରେ ସେବାର ଗୁଣବତ୍ତା ବୃଦ୍ଧି କରିବ ବୋଲି ଆଶା କରାଯାଉଛି। ମୁଖ୍ୟ ସଚିବଙ୍କ ନିର୍ଦ୍ଦେଶ ଅନୁଯାୟୀ, ସମସ୍ତ ବିଭାଗକୁ ନିଯୁକ୍ତି ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବାକୁ କୁହାଯାଇଛି। ଏହି ଘୋଷଣା ରାଜ୍ୟର ବେକାର ଯୁବକମାନଙ୍କ ମଧ୍ୟରେ ଆଶାର ସଞ୍ଚାର କରିଛି। ନିଯୁକ୍ତି ପ୍ରକ୍ରିୟା ସମ୍ପର୍କରେ ଅଧିକ ସୂଚନା ପାଇଁ ସମ୍ପୃକ୍ତ ବିଭାଗର ଅଫିସିଆଲ ୱେବସାଇଟ ଦେଖିବାକୁ ପରାମର୍ଶ ଦିଆଯାଇଛି।

Shrutilipi ad