ନୂଆଦିଲ୍ଲୀ: ଦେଶର ୧୫ ତମ ଉପରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି ସି.ପି. ରାଧାକ୍ରିଷ୍ଣନ୍। ନବନିର୍ବାଚିତ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନଙ୍କୁ ରାଷ୍ଟ୍ରପତି ଭବନରେ ପଦ ଓ ଗୋପନୀୟତାର ଶପଥ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ଶପଥ ଗ୍ରହଣ ସମାରୋହରେ ଉପସ୍ଥିତ ଥିଲେ। ଏହାସହ ଏହି ଶପଥ ସମାରୋହରେ ନଜର ଆସିଛନ୍ତି ପୂର୍ବତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼। ଦୀର୍ଘ ୫୩ ଦିନ ପରେ ନିଜ ପଦ ଛାଡିବା ପରେ ଧନଖଡ଼ ଆଜି ସାର୍ବଜନୀନ ଉପସ୍ଥିତି ଏବେ ସମସ୍ତଙ୍କ ମନରେ ବିଭିନ୍ନ ପ୍ରଶ୍ନ ଉଙ୍କି ମାରୁଛି।

