ଭୁବନେଶ୍ବର: ଆସନ୍ତା ୨୫ ବା ୨୬ ତାରିଖ ଆଡ଼କୁ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ଆସନ୍ତା ୨୫ ବା ୨୬ ତାରିଖରେ ଉତ୍ତର ବଙ୍ଗୋପସାଗର ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ। ତାହା ଘନୀଭୂତ ହୋଇ ଅବପାତ ହେବାର ସମ୍ଭାବନା ରହିଛି। ଏହା ମଧ୍ୟମ ଧରଣର ବର୍ଷା କରାଇବ ।

