Copy of copy of db template cover 50 1756676595

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ତଦନ୍ତ କରିବ ସିବିଆଇ

ରାଜ୍ୟ

ଭୁବନେଶ୍ୱର: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତିର ତଦନ୍ତ କରିବ କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ(ସିବିଆଇ)। ଏଥିପାଇଁ କେନ୍ଦ୍ର ସରକାର ଆବଶ୍ୟକ ଅନୁମୋଦନ ଦେଇଛନ୍ତି।

ସୂଚନାଯୋଗ୍ୟ, ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତିର ତଦନ୍ତ ରାଜ୍ୟ ସରକାରଙ୍କ କ୍ରାଇମବ୍ରାଞ୍ଚ ପକ୍ଷରୁ କରାଯାଉଥିଲା। ତେବେ ଏହି ତଦନ୍ତରୁ ଦୁର୍ନୀତିର ଚେର ଆନ୍ଧ୍ର ପ୍ରଦେଶ, ପଶ୍ଚିମବଙ୍ଗ ସହିତ ଅନ୍ୟାନ୍ୟ ରାଜ୍ୟକୁ ମଧ୍ୟ ବ୍ୟାପିଥିବାର ସନ୍ଦେହ କରାଯାଉଛି। ଏଥିରେ ଆନ୍ତଃରାଜ୍ୟ ସଂଗଠିତ କ୍ରିମିନାଲ ଗ୍ୟାଙ୍ଗର ସଂପୃକ୍ତି ଥିବାର ସନ୍ଦେହ ରହିଛି।

ତେଣୁ ଏହାର ଉପଯୁକ୍ତ ବିସ୍ତୃତ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିବିଆଇ ତଦନ୍ତ ପାଇଁ କେନ୍ଦ୍ର ସରକାରଙ୍କୁ ସୁପାରିସ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧକୁ ଗ୍ରହଣ କରି କେନ୍ଦ୍ର ସରକାର ଏହାର ସିବିଆଇ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଘଟଣାରେ ଦୁର୍ନୀତି ପାଇଁ ହୋଇଥିବା  ଉଦ୍ୟମ, ପ୍ରୋତ୍ସାହନ ଓ ଷଡଯନ୍ତ୍ର ସମ୍ପର୍କରେ ସିବିଆଇ ତଦନ୍ତ କରିବ।

Shrutilipi ad