Screenshot 2025 11 15 112021 e1763185869477 1

ପୀତବାସ ପଣ୍ଡା ହତ୍ୟା ମାମଲା: ବ୍ରହ୍ମପୁର କାରାମଣ୍ଡଳରେ ସରିଲା ଅଭିଯୁକ୍ତଙ୍କ ଟିଆଇ ପରେଡ୍

ରାଜ୍ୟ

ବ୍ରହ୍ମପୁର: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଆଜି ୮ ଜଣ ଅଭିଯୁକ୍ତଙ୍କର ଟିଆଇ ପରେଡ୍‌ ଶେଷ ହୋଇଛି । ଏନେଇ ଏସଡିଜେଏମ୍ କୋର୍ଟରେ ଆବେଦନ କରିଥିଲା ପୋଲିସ । କୋର୍ଟଙ୍କ ଅର୍ଡର ମିଳିବା ପରେ ଅପରାହ୍ଣରେ ବ୍ରହ୍ମପୁର ମଣ୍ଡଳ କାରାଗାରରେ ଅଭିଯୁକ୍ତଙ୍କ ଟିଆଇ ପରେଡ୍ କରାଯାଇଛି ।
ସାର୍ପସୁଟର କୁରୁପତି ଭୂୟାଁ ଓ ଚିଣ୍ଟୁ ପ୍ରଧାନ, ବିହାରର ଶିଶୁପାଳ ପାସୱାନ ଓ କୁନ୍ଦନ କୁମାର, ଷଡଯନ୍ତ୍ରକାରୀଙ୍କ ମୁଖ୍ୟ ସହଯୋଗୀ ଉମା ବିଷୋୟୀ, ଯୋଗୀ ରାଉତ, ସୀମାଞ୍ଚଳ ନାୟକ ଏବଂ ବିପିନ ସ୍ବାଇଁଙ୍କର ଟିଆଇ ପରେଡ୍ କରିବାକୁ ଅନୁମତି ଦେବାକୁ ମାମଲାର ତଦନ୍ତ ଅଧିକାରୀ ତଥା ବ୍ରହ୍ମପୁର ଟାଉନ ଏସଡିପିଓ ପ୍ରିୟସ ରଞ୍ଜନ ଛୋଟରାୟ ଏସଡିଜେଏମ କୋର୍ଟକୁ ଅନୁମତି ମାଗିଥିଲେ । କୋର୍ଟ ପକ୍ଷରୁ ଅନୁମତି ମିଳିବା ପରେ ବ୍ରହ୍ମପୁର ମଣ୍ଡଳ କାରାଗାରରେ ଅଭିଯୁକ୍ତଙ୍କର ଟିଆଇ ପରେଡ୍ ହୋଇଛି ।
ଅଭିଯୁକ୍ତଙ୍କର ଟିଆଇ ପରେଡ୍ ସରିବା ପରେ ମାଜିଷ୍ଟ୍ରେଟ୍, ପୋଲିସ ଓ ସାକ୍ଷୀ ଜେଲରୁ ବାହାରିଛନ୍ତି । ପୀତବାସ ପଣ୍ଡା ହତ୍ୟା ମାମଲାରେ ମୋଟ୍ ୧୬ ଅଭିଯୁକ୍ତ ଗିରଫ ହୋଇଛନ୍ତି ।
ସୂଚନା ଥାଉକି, ଅକ୍ଟୋବର ୬ ତାରିଖ ରାତିରେ ପୀତବାସ ପଣ୍ଡାଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା । ଏହି ଷଡ଼ଯନ୍ତ୍ରରେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଓ ପୂର୍ବତନ ମେୟର ଶିବ ଶଙ୍କର ଦାଶ (ପିଣ୍ଟୁ)ଙ୍କ ସମେତ ୧୬ ଜଣଙ୍କୁ ପୋଲିସ ଗିରଫ କରିଛି । ହତ୍ୟାକାଣ୍ଡ ପଛରେ ରାଜନୈତିକ, ବ୍ୟବସାୟିକ ଓ ବ୍ୟକ୍ତିଗତ ଶତ୍ରୁତା ରହିଥିବା ଏସପି ଡା. ସର୍ବଣା ବିବେକ ଏମ୍. ସୂଚନା ଦେଇଛନ୍ତି ।

Shrutilipi ad