ଆଗରପଡ଼ା :ବାଲେଶ୍ୱର ଜିଲ୍ଲା ଖଇରା ବ୍ଲକ ବର୍ତ୍ତନା ପଂଚାୟତ ଅନ୍ତର୍ଗତ ହରିପୁର ଗ୍ରାମରେ ବାହାଘର ପାଇଁ ଭଦ୍ରକ ବ୍ଲକ ଅନ୍ତର୍ଗତ ସାବରଙ୍ଗ, ତୁରଣପଦା ଗ୍ରାମର ପ୍ରେମାନନ୍ଦ ଭୋଇ (୨୧)ଟେଣ୍ଟ ମାରିବାକୁ ଆସିଥିଲେ । ହଠାତ୍ ସେ ଅଚେତ ହୋଇ ପଡ଼ିଥିଲେ । ଚିକିତ୍ସା ପାଇଁ ତାଙ୍କୁ ଆଗରପଡ଼ା ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା । ମେଡିକାଲରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ତାଙ୍କ ମୃତ୍ୟୁ ସନ୍ଦେହ ଘେରରେ ରହିଛି । ଏହି ସଂପର୍କରେ ଆଗରପଡ଼ା ଥାନାରେ ୧୫/୨୫ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଥିବା ଜଣାପଡ଼ିଛି ।

