Img 20251201 wa0160

ବାରିପଦାରେ ଯୁଗ୍ମ ଜନ ଶୁଣାଣି, ୨୨୭ ଅଭିଯୋଗର ହେଲା ଶୁଣାଣି

ରାଜ୍ୟ

ବାରିପଦା: ନିର୍ଦ୍ଧାରିତ କାର‌୍ୟ୍ୟସୂଚୀ ଅନୁଯାୟୀ ଆଜି ମୟୂରଭଞ୍ଜ ଜ଼ିଲ୍ଲା ସଦରମହକୁମା ବାରିପଦା ଠାରେ ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟ ଙ୍କ ଅଧ୍ୟକ୍ଷତାରେ କାର‌୍ୟ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଏକ ଯୁଗ୍ମ ଜନଶୁଣାଣୀ ଶିବିର ଆରମ୍ଭ ହୋଇଯାଇଛି|ଉକ୍ତ ଜନଶୁଣାଣୀ ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ବରୁଣ ଗୁଣ୍ଟୁପାଲ୍ଲୀ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦୁଖବନ୍ଧୁ ନାୟକ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଇଶ୍ୱର ଚନ୍ଦ୍ର ନାଏକ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଧର୍ମା ନନ୍ଦ ବେହେରା, ବାରିପଦା ଉପଜିଲ୍ଲାପାଳ ଡ଼. ଦୟାସିନ୍ଧୁ ପରିଡା, ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର କିଶୋର କୁମାର ଆଚାର‌୍ୟ୍ୟ, ବାରିପଦା ବନଖଣ୍ଡ ଅଧିକାରୀ ଶ୍ରୀ ଗୋବିନ୍ଦ ଚନ୍ଦ୍ର ବିଶ୍ୱାଳ ପ୍ରମୁଖ ଯୋଗ ଦେଇଥିଲେ।

ଶିବିରରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀଙ୍କ ସମେତ ବାରିପଦା ଉପଖଣ୍ଡ ର ଉପଖଣ୍ଡ ଓ ବ୍ଲକ ସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହି ଅଭିଯୋଗ ଶୁଣାଣି କାର‌୍ୟ୍ୟରେ ସହଯୋଗ କରିଥିଲେ। ଆଜିର ଶୁଣାଣିରେ ବାରିପଦା ଉପଖଣ୍ଡର ସର୍ବମୋଟ ୨୨୭ଟି ଅଭିଯୋଗ ପତ୍ର ଶୁଣାଣି ପାଇଁ ଗ୍ରହଣ ହୋଇଥିଲା ।

ଉକ୍ତ ୨୨୭ଗୋଟି ଅଭିଯୋଗ ମଧ୍ୟରୁ ୨୦୯ଟି ବ୍ୟକ୍ତିଗତ ସମସ୍ୟା ସମ୍ଭନ୍ଧିତ ଥିବାବେଳେ, ୧୮ଗୋଟି ସାମୁହିକ ସମସ୍ୟା ସମ୍ବଳିତ ବିଷୟ ଉପରେ ଆଧାରିତ ଥିଲା। ୧୧ଟି ଆପତ୍ତିର ତତ୍କାଳ ସମାଧାନ ହୋଇଥିଲା। ଅଭିଯୋଗର ଗୁରୁତ୍ୱକୁ ବିଚାର କରି ଜିଲ୍ଲାପାଳ ୪ଜଣ ଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୨୫,୦୦୦/-ଟଙ୍କା ଓ ରେଡ କ୍ରସ ରୁ ୦୬ ଜଣଙ୍କୁ ୩୫,୦୦୦/-ଟଙ୍କା ମଂଜୁର କରିଛନ୍ତି| ଆଜିର ଜନ ଅଭିଯୋଗ ଶୁଣାଣୀରେ ଗ୍ରହଣ ହୋଇଥିବା ବିଭିନ୍ନ ବିଭାଗ ସମ୍ପର୍କିତ ଅନ୍ୟାନ୍ୟ ଅଭିଯୋଗ ଗୁଡିକ ଉପରେ ଅନୁଧ୍ୟାନ ପୂର୍ବକ ବିଚାର କରି ସେଗୁଡିକର ତ୍ୱରିତ ସମାଧାନ ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ। ଉପରୋକ୍ତ ସମସ୍ତ କାର‌୍ୟ୍ୟକ୍ରମ ପରିଚାଳନାରେ ଜିଲ୍ଲାପାଳଙ୍କ କାର‌୍ୟ୍ୟାଳୟର କର୍ମଚାରୀ ମାନେ ସହଯୋଗ କରିଥିଲେ।

Shrutilipi ad