ଭୁବନେଶ୍ବର:ଚଳିତ ଶିକ୍ଷାବର୍ଷ (୨୦୨୬-୨୭) ପାଇଁ + ୨ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୬ ତାରିଖରୁ ଜୁନ୍ ୩୦ ଯାଏଁ ଛାତ୍ରୀଛାତ୍ର ଅନଲାଇନ୍ ମାଧ୍ୟମରେ ଆବେଦନ କରିପାରିବେ। ଜୁଲାଇ ୮ରେ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ପ୍ରଥମ ପଯ୍ୟାୟରେ ଚୟନ ଛାତ୍ରୀଛାତ୍ର ଜୁଲାଇ ୯ରୁ ୧୫ ମଧ୍ୟରେ ସମ୍ପୃକ୍ତ ଶିକ୍ଷାନୁଷ୍ଠାନରେ ନାମ ଲେଖାଇବେ।
ଅଗଷ୍ଟ ୧୨ ସୁଦ୍ଧା ସମସ୍ତ ପର୍ଯ୍ୟାୟ ନାମଲେଖା ଶେଷ ହେବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।
ସୂଚନାଥାଉକି, ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ଜୁଲାଇ ୨୩ ତାରିଖରେ ମେଧା ତାଲିକା ପ୍ରକାଶ ପାଇବ । ଏଥିରେ ଚୟନ ହୋଇଥିବା ଛାତ୍ରଛାତ୍ରୀମାନେ ଜୁଲାଇ ୨୪ ତାରିଖରୁ ୨୮ ତାରିଖ ମଧ୍ୟରେ ନାମଲେଖାଇବେ ।
