Legendary Odia Playback Singer Pranab Patnaik Passes Away at 88 750x430

ବର୍ଷିଆନ ସଙ୍ଗୀତଜ୍ଞ ପ୍ରଣବ ପଟ୍ଟନାୟକଙ୍କ ପରଲୋକ

ରାଜ୍ୟ

ଭୁବନେଶ୍ୱର: ଆଉ ନାହାଁନ୍ତି ବର୍ଷିଆନ ସଙ୍ଗୀତଜ୍ଞ ପ୍ରଣବ ପଟ୍ଟନାୟ । ୮୮ ବର୍ଷ ବୟସରେ ଆଖି ବୁଜିଛନ୍ତି ସେ । ଭୁବନେଶ୍ୱରସ୍ଥିତ ବାସଭବନରେ ପରଲୋକ ହୋଇଛି । ତାଙ୍କର ମୃତ୍ୟୁ ପରେ ବହୁ ବିଶିଷ୍ଟ ବ୍ୟକ୍ତିବିଶେଷ ପହଞ୍ଚିଛନ୍ତି । ସଙ୍ଗୀତ ନାଟକ ଏକାଡେମୀ ଓ ରାଜ୍ୟ ଚଳଚିତ୍ର ପୁରସ୍କାର ସେ ପାଇଥିଲେ । ପ୍ରଣବଙ୍କ ବିୟୋଗରେ ସଙ୍ଗୀତ ଜଗତରେ ଶୋକର ଛାୟା ଖେଳିଯାଇଛି ।

ସୁନାମଧନ୍ୟ କଣ୍ଠଶିଳ୍ପୀ ଏବଂ ସଙ୍ଗୀତକାର ସେ ପ୍ରାୟ ପାଞ୍ଚ ଦଶନ୍ଧିରୁ ଅଧିକ ସମୟ ଧରି ନିଜର ସୁମଧୁର ସ୍ୱର ମାଧ୍ୟମରେ ଓଡ଼ିଆ ଚଳଚ୍ଚିତ୍ର ଏବଂ ଆଲବମ ଜଗତକୁ ସମୃଦ୍ଧ କରିଛନ୍ତି, ତାଙ୍କର ଅପୂର୍ବ କଣ୍ଠସ୍ୱର ଏବଂ ଗାୟନ ଶୈଳୀ ପାଇଁ ତାଙ୍କୁ ଓଡ଼ିଆ ସଙ୍ଗୀତର ଅନ୍ୟତମ ଶ୍ରେଷ୍ଠ ଗାୟକ ଭାବେ ଗଣନା କରାଯାଏ ପ୍ରଣବ ପଟ୍ଟନାୟକ ଓଡ଼ିଆ ସଙ୍ଗୀତ ଜଗତର ଜଣେ ଅତ୍ୟନ୍ତ ପରିଚିତ ଓ ଲୋକପ୍ରିୟ କଣ୍ଠଶିଳ୍ପୀ ଥିଲେ। ଦୀର୍ଘ ବର୍ଷର ସଙ୍ଗୀତ ଯାତ୍ରାରେ ସେ ଅନେକ ଲୋକପ୍ରିୟ ଓ ହିଟ୍ ଓଡ଼ିଆ ଗୀତ ଗାଇ ଶ୍ରୋତାଙ୍କ ହୃଦୟରେ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିଛନ୍ତି।

ତାଙ୍କ ସୁମଧୁର କଣ୍ଠ ଓ ସଙ୍ଗୀତ ପ୍ରତିଭା ଓଡ଼ିଆ ସଙ୍ଗୀତକୁ ଏକ ଭିନ୍ନ ପରିଚୟ ଦେଇଥିଲା। ତାଙ୍କ ଗୀତ ଆଜି ବି ଅନେକ ସଙ୍ଗୀତପ୍ରେମୀଙ୍କ ମନରେ ଅମର ହୋଇ ରହିଛି। ପ୍ରଣବ ପଟ୍ଟନାୟକଙ୍କ ବିୟୋଗରେ ଓଡ଼ିଆ ସଙ୍ଗୀତ ଜଗତରେ ଏକ ଅପୂରଣୀୟ ଶୂନ୍ୟତା ସୃଷ୍ଟି ହୋଇଛି। ତାଙ୍କ ପରଲୋକ ଖବର ପ୍ରକାଶ ପାଇବା ପରେ ସଙ୍ଗୀତପ୍ରେମୀ, କଳାକାର ଓ ଶୁଭେଚ୍ଛୁମାନଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି। ପ୍ରଣବ ପଟ୍ଟନାୟକଙ୍କ ଅବଦାନ ଓଡ଼ିଆ ସଙ୍ଗୀତ ଜଗତରେ ସବୁବେଳେ ସ୍ମରଣୀୟ ହୋଇ ରହିବ।

ମହାନ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକରେ ଶୋକ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗ ଓ ଅସଂଖ୍ୟ ପ୍ରଶଂସକଙ୍କୁ ଗଭୀର ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀଙ୍କ ମୋହନ ଚରଣ ମାଝୀ। ସେହିପରି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ସାଂସଦ ବୈଜୟନ୍ତ ପଣ୍ଡା ଓ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମଧ୍ୟ ଶୋକ ପ୍ରକାଶ କରିଛନ୍ତି।