Rain 658x430

ଆସନ୍ତାକାଲିଠୁ ୩ ଦିନ ରାଜ୍ୟରେ ବର୍ଷା ସମ୍ଭାବନା; ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ରାଜ୍ୟ

ଭୁବନେଶ୍ୱର: ଆଗାମୀ ତିନି ଦିନ ମଧ୍ୟରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି। ଏନେଇ ମଙ୍ଗଳବାର ଦିନ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଇଏମଡି। ଏହି ଜିଲ୍ଲା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ରହିଛି। ଏସବୁ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ଅକ୍ଟୋବର ୭ ଏବଂ ୮ ତାରିଖରେ ମାଲକାନଗିରି, ନୂଆପଡ଼ା ଏବଂ ବଲାଙ୍ଗୀର ସହ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଘଡ଼ଘଡ଼ି ଓ ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ଘଣ୍ଟା ପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା କରାଯାଉଛି। ଘଡ଼ଘଡ଼ି ଓ ବିଜୁଳି ସମୟରେ ସତର୍କ ରହିବାକୁ ଲୋକମାନଙ୍କୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।

ଆଗାମୀ କିଛି ଦିନ ପର୍ଯ୍ୟନ୍ତ ପାଗ ଅସ୍ଥିର ରହିବ ଏବଂ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା ସହ ଜୋରଦାର ପବନ ବହିବାର ସମ୍ଭାବନା ଥିବାରୁ ପାଣିପାଗ ସମ୍ବନ୍ଧୀୟ ସୂଚନା ଉପରେ ନଜର ରଖିବା ଏବଂ ବିଜୁଳି, ଘଡ଼ଘଡ଼ି ସମୟରେ ଆବଶ୍ୟକୀୟ ସତର୍କତା ଅବଲମ୍ବନ କରିବାକୁ ରାଜ୍ୟବାସୀଙ୍କୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।