Onn 3

ଟ୍ରେନ୍‌ ଦୁର୍ଘଟଣା ନେଇ ନବୀନଙ୍କ ସହ କଥା ହେଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

National & International State

ଭୁବନେଶ୍ଵର: ବାଲେଶ୍ବର ଜିଲ୍ଲା ବାହାନଗା ବଜାର ଠାରେ ଶୁକ୍ରବାର ସନ୍ଧ୍ୟାରେ କରମଣ୍ଡଳ ଏକ୍ସପ୍ରେସ୍‌ ସହିତ ବେଙ୍ଗାଲୁରୁ-ହାୱଡା ଏକ୍ସପ୍ରେସ୍‌ ଟ୍ରେନ୍‌ ଧକ୍କା ହେବା ଘଟଣାକୁ ନେଇ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ ଗଭୀର ଶୋକ ପ୍ରକାଶ କରିଛନ୍ତି। ଶ୍ରୀ ବଘେଲ ଆଜି ଟେଲିଫୋନ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କଥା ହୋଇ କରମଣ୍ଡଳ ଦୁର୍ଘଟଣା ସଂପର୍କରେ ଆଲୋଚନା କରିଥିଲେ। ସେ ଦୁର୍ଘଟଣାରେ ମୃତାହତ ଲୋକଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଆହତ ଲୋକଙ୍କ ଉଦ୍ଧାର, ଚିକିତ୍ସା ଆଦି ଯେ କୌଣସି କାମ ପାଇଁ ସବୁ ପ୍ରକାର ସହାୟତା ଯୋଗାଇ ଦେବାକୁ ସେ ପ୍ରସ୍ତାବ ଦେଇଥିଲେ। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କ ଏହି ସଦିଚ୍ଛା ପାଇଁ ତାଙ୍କୁ ଧନ୍ୟବାଦ୍ ଜଣାଇଥିଲେ।

ବାହାନଗାରେ ୨ଟି ଏକ୍ସପ୍ରେସ୍‌ ଟ୍ରେନ୍ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଏହି ସଂଖ୍ୟା ଏବେ ୨୬୧କୁ ବୃଦ୍ଧି ପାଇଛି ବୋଲି ଦକ୍ଷିଣ ପୂର୍ବ ରେଳପଥ ପକ୍ଷରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି। ରେଳବାଇ ପକ୍ଷରୁ ମୃତ୍ୟୁ ସଂଖ୍ୟା ଆହୁରି ବଢିପାରେ ବୋଲି ଆଶଙ୍କା ପ୍ରକାଶ କରାଯାଇଛି। ବାହାନଗାରେ ଉଦ୍ଧାରକାର୍ଯ୍ୟ ଶେଷ ହୋଇଛି। ଏଥି ସହିତ ମରାମତି କାମ ଆରମ୍ଭ ହୋଇଛି। ଦୁର୍ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରାଯାଉଛି। ଭବିଷ୍ୟତରେ ଯେପରି ଏହାର ପୁନରାବୃତ୍ତି ନଘଟେ ଏଥି ପ୍ରତି ଦୃଷ୍ଟି ଦିଆଯିବ ବୋଲି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଗଣମାଧ୍ୟମର ପ୍ରତିନିଧିଙ୍କୁ କହିଛନ୍ତି।