Onn 3

ରେଳ ଦୁର୍ଘଟଣାରେ ମୃତ ଯୁବକଙ୍କ ପରିବାରକୁ ସରକାରୀ ସହାୟତା ପ୍ରଦାନ

State

ନିଶ୍ଚିନ୍ତକୋଇଲି: ବାଲେଶ୍ୱର ଜିଲ୍ଲା ବାହାନଗା ଠାରେ ଘଟିୀଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିବା ନିଶ୍ଚିନ୍ତକୋଇଲି ବ୍ଲକ ବନ୍ଧକାଟିଆ ଗ୍ରାମପଂଚାୟତ କୁଆଁଡୋଳ ଗ୍ରାମର ଉଚ୍ଚ ଶିକ୍ଷିତ ଯୁବକ ଲକ୍ଷ୍ମୀଧର ସାହାଣୀଙ୍କ ପରିବାର ବର୍ଗଙ୍କୁ ରାଜ୍ୟ ସରକାରଙ୍କ ତରଫରୁ ଆର୍ଥୀକ ସହାୟତା ପ୍ରଦାନ କରାଯାଇଛି ।

ଏହି ଅବସରରେ ଆଜି ମୃତକଙ୍କ ପୈତୃକ ବାସଭବନରେ କଟକ ଜିଲ୍ଲାପରିଷଦ ଅଧ୍ୟକ୍ଷ କିଶୋର ଚନ୍ଦ୍ର ମିଶ୍ର, ନିଶ୍ଚିନ୍ତକୋଇଲି ତହସିଲଦାର ଦିଲିପ କୁମାର ନାୟକ, ମଣ୍ଡଳ ଉନ୍ନୟନ ଅଧିକାରୀ ଦିବ୍ୟଜ୍ୟୋତି ସ୍ମୃତିରଞ୍ଜନ ଦେଓ, ବ୍ଲକ ଉପାଧ୍ୟକ୍ଷ ଅଶୋକ କୁମାର ଓଝା,ବନ୍ଧକାଟିଆ ସରପଂଚ ପ୍ରଦିପ୍ତ କୁମାର ପରିଡା, ଜିଲ୍ଲାପରିଷଦ ସଭ୍ୟ ବିପ୍ଳବ କେଶରୀ କାପ ପ୍ରମୁଖ ବହୁ ମୁରବୀ,ସରପଂଚ ଓ ସମିତି ସଭ୍ୟଙ୍କ ଉପସ୍ଥିତିରେ ତାଙ୍କ ପରିବାରକୁ ରାଜ୍ୟ ସରକାରଙ୍କ ପ୍ରଦତ ୫ ଲକ୍ଷ ଟଙ୍କାର ସରକାରୀ ଆର୍ଥୀକ ସହାୟତା ପ୍ରଦାନ କରାଯାଇଛି ।