Onn 3

ଆସନ୍ତା ୧୭ ତାରିଖରେ ଢେଙ୍କାନାଳ ଆସିବେ ଅିମତ ଶାହ

Politics State

ଢେଙ୍କାନାଳ ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଆସନ୍ତା ୧୭ ତାରିଖରେ ଅିମତ ଶାହ ଆସିବେ । ମହା ଜନସମ୍ପର୍କ ଯାତ୍ରା କାର୍ଯ୍ୟକ୍ରମରେ ଯୋଗ ଦେବେ । ମହା ଜନସମ୍ପର୍କ ଅଭିଯାନରେ ଢେଙ୍କାନାଳରେ ହେବାକୁ ଥିବା ଜନସମାବେଶରେ ସାମିଲ ହେବେ ଅମିତ ଶାହା ।

ସମାବେଶରେ ଗୃହମନ୍ତ୍ରୀ ଅମିତ ଶାହା ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି । ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ । ଏହି କାର୍ଯ୍ୟକ୍ରମରେ ଓଡ଼ିଶାରେ ୪ଟି ମହାସମାବେଶ ହେବ । ଏହି ସମାବେଶରେ ଗୃହମନ୍ତ୍ରୀ ଅମିତ ଶାହାଙ୍କ ସମେତ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ମଧ୍ୟ ଯୋଗଦେବେ ।