Onn 3

ବିଜୁଳି କାଟ ସମସ୍ୟା ନେଇ ଲୋକସେବା ଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକ

State

ଭୁବନେଶ୍ୱର: ବିଜୁଳି କାଟ ସମସ୍ୟା ନେଇ ଆଜି ଲୋକସେବା ଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା । ବିଜୁଳି କାଟ ସମସ୍ୟାକୁ ଦୂର କରିବା ପାଇଁ ତତକାଳ ପଦକ୍ଷେପ ନେବା ପାଇଁ ଶକ୍ତି ବିଭାଗ ଓ ବିଦ୍ୟୁତ ବିତରଣ କମ୍ପାନୀଙ୍କୁ ନିର୍ଦ୍ଦେଶକ ଦେଇଛନ୍ତି ମୁଖ୍ୟ ଶାସନ ସଚିବ । ଶକ୍ତି ବିଭାଗ ଓ ବିତରଣ କମ୍ପାନୀ ମଧ୍ୟରେ ସମନ୍ଵୟ ରଖି ବିଦ୍ୟୁତ ଯୋଗାଇ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।

ସୋସିଆଲ୍‌ ମିଡିଆରେ ଆସୁଥିବା ଅଭିଯୋଗକୁ ଗୁରୁତର ସହ ନେଇ ଯଥାଶୀଘ୍ର ସମାଧାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ । ଲୋକସେବା ଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକରେ ରାଜ୍ୟର ବିଦ୍ୟୁତ ବିତରଣ କମ୍ପାନୀର CEO ଓ ଶକ୍ତି ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ । ବାରମ୍ବାର ବିଜୁଳି କାଟ ଜନିତ ସମସ୍ୟାର ସମାଧାନ ନେଇ ସମୀକ୍ଷା କରିଥିଲେ ମୁଖ୍ୟ ସଚିବ ।