Onn 3

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୫ ଆତଙ୍କବାଦୀ ନିହତ

National & International

ଜମ୍ମୁ ଓ କଶ୍ମୀରର କୁପୱାଡ଼ା ଜିଲ୍ଲାରେ ଆଜି ଭୋରରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୫ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଭାରତୀୟ ସେନା ଏବଂ ଜମ୍ମୁ ଓ କଶ୍ମୀର ପୁଲିସ ପକ୍ଷରୁ ମିଳିତ ଭାବେ ଏହି ଏନ୍‌କାଉଣ୍ଟର କରାଯାଇଥିଲା।

ନିୟନ୍ତ୍ରଣ ରେଖା ନିକଟରେ ଜୁମାଗୁଣ୍ଡ ଅଞ୍ଚଳରେ ଏହି ଏନକାଉଣ୍ଟର ହୋଇଥିଲା। ଉକ୍ତ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ନେଇ ଖବର ପାଇବା ପରେ ସେଠାରେ ସେନା ଓ ରାଜ୍ୟ ପୁଲିସ ପକ୍ଷରୁ ମିଳିତ ଅପରେସନ କରାଯାଇଥିଲା। ଏହି ଅପରେସନ ବେଳେ ଆତଙ୍କବାଦୀଙ୍କ ସହିତ ସେମାନଙ୍କର ଗୁଳିବିନିମୟ ହୋଇଥିଲା। ତେବେ ଶେଷରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୫ ଆତଙ୍କବାଦୀ ନିହତ ହୋଇଥିଲେ। ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରହିଥିବା ଜମ୍ମୁ ଓ କଶ୍ମୀର ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି।

ଏହା ପୂର୍ବରୁ ଜୁନ୍ ୧୩ ତାରିଖରେ କୁପୱାଡ଼ାରେ ନିୟନ୍ତ୍ରଣ ରେଖା ନିକଟରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ଜଣ ଆତଙ୍କବାଦୀ ନିହତ ହୋଇଥିଲେ। ଏହି ଅପରେସନରେ ମଧ୍ୟ ଭାରତୀୟ ସେନାର ଯବାନ ଓ ରାଜ୍ୟ ପୁଲିସ କର୍ମଚାରୀ ସାମିଲ ହୋଇଥିଲେ। ସେହିଭଳି ଜୁନ୍ ୨ ତାରିଖରେ ରାଜ୍ୟର ରଜୌରୀ ଜିଲ୍ଲାରେ ସୁରକ୍ଷାକର୍ମୀଙ୍କ ଗୁଳିତରେ ୨ ଜଣ ଆତଙ୍କବାଦୀ ନିହତ ହୋଇଥିଲେ।