Onn 3

ପାରଳାଖେମୁଣ୍ଡି ରେ ରଥଯାତ୍ରା ମହାସମାରୋହ ରେ ପାଳିତ

Religion and Cult State

ଗଜପତି: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଆଜି ଚତୁର୍ଦ୍ଧା ମୂର୍ତ୍ତି ତଥା ଶ୍ରୀଜୀଉଙ୍କ ପବିତ୍ର ଶ୍ରୀ ଗୁଣ୍ଡିଚା ଯାତ୍ରା ଶାନ୍ତି ଶୃଙ୍ଖଳାର ସହ ସମ୍ପନ୍ନ ହୋଇଯାଇଛି । ଏହି ଅବସରରେ ମଙ୍ଗଳବାର ପୂର୍ବାହ୍ନରେ ତିନି ଠାକୁରଙ୍କ ତିନି ରଥ ଯଥା ତାଳଧ୍ଵଜ , ଦର୍ପଦଳନ, ଓ ନନ୍ଦିଘୋଷ ରଥ ପ୍ରତିଷ୍ଠା ଓ ସଂସ୍କାର କାର୍ଯ୍ୟ ସମ୍ପନ୍ନ ହେବା ପରେ ଶ୍ରୀ ମନ୍ଦିରରେ ତିନି ଠାକୁରଙ୍କ ଶ୍ରୀଗୁଣ୍ଡିଚା ଯାତରା ଅବସରରେ ସେନାପଟା ଓ ପାରମ୍ପରିକ ପୂଜାର୍ଚ୍ଚନା ନୀତି ଅନୁଷ୍ଠିତ ହୋଇଥିଲା । ତା ପରେ ଗୋଟି ପହଣ୍ଡିରେ ଚତୁର୍ଦ୍ଧା ମୂର୍ତ୍ତିଙ୍କ ପହଣ୍ଡି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ପ୍ରଥମେ ପ୍ରଭୁ ସୁଦର୍ଶନଙ୍କ ପହଣ୍ଡି ହେବା ପରେ ତିନି ଠାକୁରଙ୍କୁ ରଥ ଉପରକୁ ପହଣ୍ଡି ବିଜେ ହୋଇଥିଲା ।

ଏହି ଅବସରରେ ତିନି ଠାକୁରଙ୍କ ରଥ ଉପରେ ଛେରା-ପହରା କାର୍ଯ୍ୟକ୍ରମ ପାଇଁ ରାଜ ପ୍ରସାଦରୁ କଲ୍ୟାଣୀ ଗଜପତି ନାରାୟଣ ଦେବ ପାଲିଙ୍କି ଗାଡିରେ ଆସି ତିନି ରଥରେ କଲ୍ୟାଣୀ ଗଜପତି ନାରାୟଣ ଦେଓ ଛେରା ପାଅଂରା କାର୍ଯ୍ୟ ସମ୍ପନ୍ନ କରିଥିଲେ । ଅପରାହ୍ନ ପ୍ରାୟ ୫ ଟାରେ ରଥଟଣା କାର୍ଯ୍ୟ ଅନୁଷ୍ଠିତ ହୋଇଥିଲା । ଚଳିତ ବର୍ଷ ରଥଯାତ୍ରା ଦେଖିବା ପାଇଁ ପାରଳା ସହର ସମେତ ପୁରପଲ୍ଲୀ ଓ ପଡୋଶୀ ଆନ୍ଧ୍ରର ବିଭିନ୍ନ ଅଞ୍ଚଳରୁ ଲକ୍ଷାଧିକ ଶ୍ରଦ୍ଧାଳୁ ଭକ୍ତଙ୍କ ସମାଗମ ହୋଇଥିଲା । ମା ଶୁଭଦ୍ରାଙ୍କ ରଥକୁ ମହିଳା ମାନେ ପ୍ରବଳ ଉତ୍ସାହ ଓ ଉଦ୍ଦୀପନାର ସହ ଟାଣିଥିଲେ ଏବଂ ଏଥିରେ ହଜାର ହଜାର ସଂଖ୍ୟାରେ ମହିଳା ଓ ଯୁବତୀ ମାନେ ସାମିଲ ଥିଲେ ।

ସେହିଭଳି ପ୍ରଭୁ ବଳଭଦ୍ରଙ୍କ ତାଳଧ୍ଵଜ ଏବଂ ପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥକୁ ଶ୍ରଦ୍ଧାଳୁ ଭକ୍ତମାନେ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଟାଣି ନେଇଥିଲେ । ଭଜନ, ସଂକୀର୍ତ୍ତନ ସହ ପ୍ରଭୁ ଜଗନ୍ନାଥଙ୍କ ଧ୍ଵନୀରେ ପ୍ରକମ୍ପିତ ହେଉଥିଲା ସମଗ୍ର ବଡଦାଣ୍ଡ । ଆଜି ଗ୍ରୀଷ୍ମର ଉତ୍ତାପ କମ ରହିଥିଲେ ହେଁ ଗୁଳୁଗୁଳି ଜାରି ରହିଥିଲେ ମଧ୍ୟ ପ୍ରବଳ ଭକ୍ତ ବା ଶ୍ରଦ୍ଧାଳୁଙ୍କ ଭିଡ ଜମିଥିଲା । ଭକ୍ତ ବା ଶ୍ରଦ୍ଧାଳୁଙ୍କ ଗୁଳୁ ଗୁଳିରୁ ରକ୍ଷା କରିବାପାଇଁ ପାରଳାଖେମୁଣ୍ଡି ଅଗ୍ନିଶମ ବିଭାଗ ପକ୍ଷରୁ ପାଣି ସିଞ୍ଚନ କରାଯାଇଥିବାର ଦେଖିବାକୁ ମିଳିଥିଲା । ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ଏବଂ ଏସପି ସ୍ଵାତୀ ଏସ୍. କୁମାରଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ବହୁ ସଂଖ୍ୟାରେ ଜିଲ୍ଲା ପ୍ରଶାସନିକ ଅଧିକାରୀ, ଯାତ୍ରା କମିଟିର ସଦସ୍ୟଗଣ, ସ୍ବେଚ୍ଛାସେବୀ ଓ ପୋଲିସ ଅଧିକାରୀ ଓ ବ୍ୟାପକ ପୋଲିସ ବାହିନୀ ମୃତୟନ ଥିଲେ