Onn 3

ଆଜିଠୁ ଆଉ ତିନିଟି ଜିଲ୍ଲାରେ ଖୋଲିଲା ସ୍କୁଲ୍

State

ଆଜିଠୁ ଆଉ ତିନିଟି ଜିଲ୍ଲାରେ ଖୋଲିଲା ସ୍କୁଲ । ସମ୍ବଲପୁର, ଝାରସୁଗୁଡ଼ା ଓ ବଲାଙ୍ଗୀର ଜିଲ୍ଲାରେ ଆଜିଠୁ ସ୍କୁଲ ଖୋଲିଛି । ଏସବୁ ଜିଲ୍ଲାରେ ୨୪ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ହେବ । ସକାଳ ୬ଟା ୩୦ରୁ ୧୦ଟା ଯାଏ ପାଠପଢା ହେଉଛି । ୨୬ ତାରିଖରୁ ନିୟମିତ ସମୟାନୁସାରେ ବିଦ୍ୟାଳୟ ଚାଲିବ ।

ସେହିପରି ଆସନ୍ତାକାଲି , ସୁନ୍ଦରଗଡ଼, ସୁବର୍ଣ୍ଣପୁର, ନୂଆପଡ଼ା ଓ ବରଗଡ଼ ଜିଲ୍ଲାରେ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ହୋଇଛି । ଏହି ଜିଲ୍ଲାରେ ସକାଳ ସାଢେ ୬ଟାରୁ ଦିନ ୧୦ଟା ଯାଏ କ୍ଲାସ ଚାଲିବ । ୨୬ ତାରିଖରୁ ନିୟମିତ ସମୟ ଅନୁସାରେ କ୍ଲାସ ହେବାନେଇ ଜିଲ୍ଲାପାଳ ନିଷ୍ପତ୍ତି ନେଇଛନ୍ତି ।

ସୂଚନାଯୋଗ୍ୟ, ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସ୍କୁଲ ଗୁଡ଼ିକୁ ଜୁନ୍ ୧୯ତାରିଖ ପରିବର୍ତ୍ତେ ଜୁନ୍ ୨୧ ତାରିଖରେ ଖୋଲିବାକୁ ନିର୍ଦ୍ଦେଶନାମା ଜାରି କରିଥିଲେ। ତେବେ ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୁବର୍ଣ୍ଣପୁର, ନୂଆପଡ଼ା ଓ ବଲାଙ୍ଗିର ଜିଲ୍ଲାରେ ଗ୍ରୀଷ୍ମପ୍ରବାହର ପରିସ୍ଥିତିକୁ ଦୃଷ୍ଟିରେ ରଖି ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନେ ସକାଳୁଆ ସ୍କୁଲ କିମ୍ବା ସମ୍ପୂର୍ଣ୍ଣ ଛୁଟି ପାଇଁ ନିଷ୍ପତ୍ତି ନେଇପାରିବେ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଥିଲା।