Onn 3

ସ୍ମୃତିରଞ୍ଜନ ପ୍ରଧାନ ନୂତନ ଗଜପତି ଜିଲ୍ଲାପାଳ ଭାବେ କାର୍ଯ୍ୟରେ ଯୋଗଦାନ

State

ଗଜପତି: ଗଜପତି ଜିଲ୍ଲାରେ ନୂତନ ଜିଲ୍ଲାପାଳ ଭାବରେ ଶ୍ରୀଯୁକ୍ତ ସ୍ମୃତିରଞ୍ଜନ ପ୍ରଧାନ (ଭା.ପ୍ର.ସେ.) ଆଜି ଯୋଗଦାନ କରିଛନ୍ତି । ପୁର୍ବରୁ ଥିବା ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା (ଭା.ପ୍ର.ସେ.)ଙ୍କୁ ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ସାମାଜିକ କଲ୍ୟାଣ ନିର୍ଦ୍ଦେଶ ଭାବେ ବଦଳି କରାଯାଇଛି। ଆଜି ସନ୍ଧ୍ୟାରେ ଜିଲ୍ଲା କାର୍ଯ୍ୟାଳୟ ଠାରେ ଦାୟିତ୍ୱ ଗ୍ରହଣ କରିବା ସହ ସରକାରୀ କାର୍ଯ୍ୟରେ ସ୍ଵଚ୍ଛତା ଓ ସମାୟାନୁବର୍ତ୍ତିତା ଅବଲମ୍ବନ ସକାଶେ ଉପସ୍ଥିତ ପଦାଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ । ବିଭିନ୍ନ ସରକାରୀ ଯୋଜନାର ସଫଳ ରୂପାୟନ ସହ ହିତାଧିକାରୀ ମାନଙ୍କ ନିକଟରେ ଏହାର ସୁଫଳ ପହଞ୍ଚାଇବା ଉପରେ ନୂତନ ଜିଲ୍ଲାପାଳ ଗୁରୁତ୍ବାରୋପ କରିଥିଲେ । ଗଜପତି ଜିଲ୍ଲାରେ ବିଭିନ୍ନ ବିକାଶ ମୂଳକ ଯୋଜନାକୁ ଗୁରୁତ୍ଵ ଦେବା ସହିତ କାର୍ଯ୍ଯକାରି ହେଉଥିବା ବିଭିନ୍ନ କାମକୁ ତୁରନ୍ତ ଶେଷ କରାଯିବ ଓ ଗଜପତି ଜିଲ୍ଲାର ଜନସାଧାରଣଙ୍କୁ ଉପଯୁକ୍ତ ସେବା ଯୋଗାଇଦେବା ତାଙ୍କାର ପ୍ରାଥମିକତା କାର୍ଯ୍ୟ ହେବ ବୋଲି ନୂତନ ଜିଲ୍ଲାପାଳ କହଛନ୍ତି ।

ଶ୍ରୀଯୁକ୍ତ ପ୍ରଧାନ ପୂର୍ବରୁ ରାଜ୍ୟ ମତ୍ସ୍ୟ ବିଭାଗ ନିର୍ଦ୍ଧେଶକ ଭାବରେ କାର୍ଯ୍ୟ ନିର୍ବାହ କରୁଥିଲେ । ଜିଲ୍ଲା କାର୍ଯ୍ୟାଳୟ ଠାରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବୀରେନ୍ଦ୍ର କୁମାର ଦାସ, ଶ୍ରୀ ରାଜେନ୍ଦ୍ର ମିଞ୍ଜ, ମୂଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ରୋମାଞ୍ଚଳ ଖମାରୀ , ଉପ ଜିଲ୍ଲାପାଳ ଶ୍ରୀ ଆଲୋକ କୁମାର ପ୍ରଧାନ ସମେତ ଜିଲ୍ଲା ସ୍ତରୀୟ ଅଧିକାରୀମାନେ ନୂତନ ଜିଲ୍ଲାପାଳଙ୍କୁ ସ୍ୱାଗତ କରିଥିଲେ ।