Onn 3

ଦିଲ୍ଲୀ ଫେରିଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡା

National & International

ଝାରସୁଗୁଡା : ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ  ଜଗତ ପ୍ରକାଶ ନଡ୍ଡା ଦୁଇ ଦିନିଆ ଓଡିଶା ଗସ୍ତ ସାରି ଶୁକ୍ରବାର ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିଛନ୍ତି । ଝାରସୁଗୁଡା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସାଂସଦ ଜୁଏଲ ଓରାମ ଓ ସୁରେଶ ପୁଜାରୀଙ୍କ ସମେତ ବହୁ ଦଳୀୟ କାର୍ଯ୍ୟକର୍ତ୍ତା ଶ୍ରୀ ନଡ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା ଜଣାଇଥିଲେ।

ଦୁଇ ଦିନିଆ ଓଡିଶା ଗସ୍ତରେ ଆସିଥିବା ଶ୍ରୀ ନଡ୍ଡା ଆଜି କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସ୍ଥିତ ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମଠାରେ ମୋଦୀ ସରକାରଙ୍କ ୯ ବର୍ଷ ପୂର୍ତ୍ତି ଅବସରରେ ଅନୁଷ୍ଠିତ ଗରୀବ କଲ୍ୟାଣ ମହା ସମାବେଶକୁ ସମ୍ବୋଧିତ କରିଥିଲେ। ଏହି ଅବସରରେ ବିଭିନ୍ନ ପ୍ରସଙ୍ଗ ନେଇ ସେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଥିଲେ।