ଭୁବନେଶ୍ୱର: ଜୁଲାଇ ୧ ରେ ଅନୁଷ୍ଠିତ ହେବ ଓଡିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ୨୦୨୨। ଏଥିଲାଗି ରାଜ୍ୟର ବିଭିନ୍ନ ଜିଲ୍ଲା ସଦର ମହକୁମା ଏବଂ ବ୍ଲକ୍ ଆଦିରେ ୩୦୭ କେନ୍ଦ୍ର କରାଯାଇଛି। ଏଥର ଇଣ୍ଟିଗ୍ରେଟେଡ୍ ଏବଂ ଏମ୍ଏଡ୍ ଡିଗ୍ରୀଧାରୀଙ୍କୁ ପରୀକ୍ଷା ଦେବାର ସୁଯୋଗ ମିଳିଥିବାରୁ ଦେଢ ଲକ୍ଷରୁ ଅଧିକ ପରୀକ୍ଷାର୍ଥୀ ଦେବେ ପରୀକ୍ଷା। ଓଟିଇଟି ପରୀକ୍ଷାର୍ଥୀମାନେ ବୋର୍ଡ ୱେବସାଇଟରୁ ସେମାନଙ୍କ ଆଡମିଟ୍ କାର୍ଡ ଡାଉନଲୋଡ କରିପାରିବେ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।