Onn 3

ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଶୋକ ପ୍ରକାଶ କଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

State

ଭୁବନେଶ୍ବର: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ ମୌଳାଭଣଜା ଛକରେ ଘଟିଥିବା ଦୁର୍ଘଟଣାକୁ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ନିଜର ଶୋକବାର୍ତ୍ତାରେ କହିଛନ୍ତି, ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତାହତ ହେବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି। ମହାପ୍ରଭୁ ଶୋକସନ୍ତପ୍ତ ପରିବାରଙ୍କୁ ଅସୀମ ଧୈର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ।
ଏଣେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସହାୟତା ଘୋଷଣା କରିଛନ୍ତି। ସେ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କାର ଅନୁକମ୍ପା ସହାୟତା ରାଶି ଘୋଷଣା କରିଛନ୍ତି। ଏହାଛଡ଼ା ଆହତଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ପ୍ରଦାନ ଲାଗି ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

ଆଜି ଭୋରରୁ ଗଞ୍ଜାମ ଦିଗପହଣ୍ଡିଠାରେ ହୋଇଥିବା ବସ ଦୁର୍ଘଟଣାରେ କିଛି ଲୋକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ସଂପର୍କୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ଏବଂ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି। ଏହି ଦୁର୍ଘଟଣାରେ ଆହତମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।