Onn 3

ସରିଲା ରିମାଣ୍ଡ ଅବଧି: ଭିଜିଲାନ୍ସ କୋର୍ଟରେ ପ୍ରଶାନ୍ତ ରାଉତ ହାଜର

Crime State

ସୁନ୍ଦରଗଡ଼: ସୁନ୍ଦରଗଡ଼ ଭିଜିଲାନ୍ସ କୋର୍ଟରେ ହାଜର ହେଲେ ନବରଙ୍ଗପୁର ପୂର୍ବତନ ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତ। ରିମାଣ୍ଡ ଅବଧି ସରିବା ପରେ ଆଜି ପ୍ରଶାନ୍ତ ରାଉତଙ୍କୁ କୋର୍ଟରେ ହାଜର କରିଛି ଭିଜିଲାନ୍ସ। ଭିଜିଲାନ୍ସ ୫ ଦିନିଆ ରିମାଣ୍ଡରେ ପ୍ରଶାନ୍ତଙ୍କୁ ନେଇଥିଲା। ଦୀର୍ଘ ୫ ଦିନ ଧରି ଭିଜିଲାନ୍ସର କଟକ ଅଫିସରେ ଜେରା ଚାଲିଥିଲା। ଦୀର୍ଘ ୫ ଦିନ ଧରି ଭିଜିଲାନ୍ସ ପ୍ରଶାନ୍ତ ଏତେ ସମ୍ପତ୍ତି କେଉଁଠୁ ଆଣିଲେ ତା ଉପରେ ତଦନ୍ତ କରିଛି  ଭିଜିଲାନ୍ସ। ଏନେଇ ପ୍ରଶାନ୍ତଙ୍କଠାରୁ ବହୁ ସୁରାକ୍ ମିଳିଥିବା କୁହାଯାଉଛି। ହେଲେ ଆଜି ପୁଣି ଭିଜିଲାନ୍ସ ରିମାଣ୍ଡ ପାଇଁ ଆବେଦନ କରିବ କି ନାହିଁ କି ପ୍ରଶାନ୍ତ ପୁଣି ଜେଲ୍ କୁ ଯିବେ ତାହା ଭିଜିଲାନ୍ସ ପ୍ରଶାନ୍ତଙ୍କୁ ସୁନ୍ଦରଗଡ଼ ସ୍ଵତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରିବା ପରେ ହିଁ ସ୍ପଷ୍ଟ ହୋଇପାରିବ।

ଗତ ମାସ ୨୪ ତାରିଖ ସନ୍ଧ୍ୟାରେ କୋଟିପତି ବାବୁ ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତଙ୍କୁ ରାଉରକେଲା ଭିଜିଲାନ୍ସ ଡିଭିଜନର ସ୍ୱତନ୍ତ୍ର ଟିମ ଗିରଫ କରି ସୁନ୍ଦରଗଡ଼ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରିଥିଲେ। କୋର୍ଟ ତାଙ୍କ ଜାମିନ ନାମଞ୍ଜୁର କରି ୧୪ ଦିନ ପାଇଁ ସୁନ୍ଦରଗଡ଼ ଜିଲ୍ଲା କାରାଗାରକୁ ପଠାଇ ଦେଇଥିଲେ। ଜୁଲାଇ ୭ ତାରିଖ ଯାଏଁ ସେ ହାଜତରେ ରହିବେ।

ସୂଚନାଯୋଗ୍ୟ,  ଭିଜିଲାନ୍ସ ପକ୍ଷରୁ ଏକକାଳୀନ ୯ଟି ଜାଗାରେ ଚଢ଼ଉ ବେଳେ ପ୍ରଶାନ୍ତଙ୍କ କାନନବିହାର ଏଚ୍ଆଇଜି-୧୧୫ରେ ଥିବା ଘରୁ ୨କୋଟି ୩ଲକ୍ଷ ୫୦୦ ଟଙ୍କା ଜବତ କରାଯାଇଥିଲା। ଚଢ଼ଉ ବେଳେ ପ୍ରଶାନ୍ତ ୬ଟି ସିଲ୍ ପେଟି ଓ ଗୋଟିଏ ଆଟାଚି ଭର୍ତ୍ତି ଟଙ୍କା ପଡ଼ୋଶୀଙ୍କ ଛାତ ଉପରକୁ ଫିଙ୍ଗି ଦେଇଥିଲେ। ପଡ଼ୋଶୀ ମଧ୍ୟ ଏହି ଟଙ୍କା ପେଟି ଘରକୁ ନେଇ ଯାଇଥିଲେ। ଭିଜିଲାନ୍ସ ଅଧିକାରୀମାନେ ପଡ଼ୋଶୀଙ୍କ ଘର ଭିତରେ ପଶି ଟଙ୍କା ଜବତ କରିଥିଲେ। କୋଟି କୋଟି ଟଙ୍କା ଜବତ ହେବା ପ୍ରଚାର ହେବାପରେ ସ୍ଥାନୀୟ ବାସିନ୍ଦା ଦେଖିବା ଲାଗି ଘର ବାହାରକୁ ମଧ୍ୟ ଚାଲି ଆସିଥିଲେ। ଖାଲି ଭୁବନେଶ୍ବର ନୁହେଁ, ନବରଙ୍ଗପୁର ସରକାରୀ କ୍ବାର୍ଟର୍ସରୁ ଦୁଇଟି ପର୍ଯ୍ୟାୟରେ ୮୮ ଲକ୍ଷ ୯୩ ହଜାର ୩୦୦ ଟଙ୍କା ଜବତ କରାଯାଇଥିଲା। ସେହିପରି ଚଢ଼ଉ ଜାରି ରହିଥିବା ବେଳେ ସନ୍ଧ୍ୟାରେ ଆଉ ୧୦ ଲକ୍ଷ ୩୭ ହଜାର ଟଙ୍କା ଭୁବନେଶ୍ବର କାନନବିହାର ଘରୁ ଜବତ କରାଯାଇଛି। ଏହି ଟଙ୍କାକୁ ସେ ବହି ରୢାକ୍ ପଛପଟ କାନ୍ଥରେ ଲୁଚାଇ ରଖିଥିଲେ। ଏବେ ସୁଦ୍ଧା ୩କୋଟି ୨ ଲକ୍ଷ ୩୦ ହଜାର ୮୦୦ ଟଙ୍କା ଜବତ କରାଯାଇଥିଲା।