Onn 3

ମାଛଗାଁ କେନାଲ ବନ୍ଧରେ ଦୁଇଟି ଘାଇ, ଜଗତସିଂହପୁର-କଟକ ମୁଖ୍ୟ ରାସ୍ତାରେ ପାଣି

State

ଜଗତସିଂହପୁର ଜିଲ୍ଲାରେ ଦୁଇଟି ବଡ଼ ଘାଇ ହୋଇଥିବା ଯୋଗୁଁ ଜିଲ୍ଲାରେ ବିଭିନ୍ନ ଅଞ୍ଚଳରେ ପାଣି ପଶିଯାଇଛି। । ଫଳରେ ଜଗତସିଂହପୁର କଟକ ମୁଖ୍ୟ ରାସ୍ତାରେ ଅଣ୍ଟାଏ ଉଞ୍ଚରେ ପାଣି ଲହଡ଼ି ଭାଙ୍ଗୁଛି । ଏହାକୁ ନେଇ ସ୍ଥାନୀୟ ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି। ତରିକୁନ୍ଦ ବଜାରର ଅଧିକାଂଶ ଦୋକାନରେ ପାଣି ପଶିଯାଇଛି। ଗାଡ଼ି ଚଳାଚଳ ଓ ଲୋକଙ୍କ ଯାତାୟାତ ବାଧାପ୍ରାପ୍ତ ହୋଇଛି ।

ସୂଚନା ଅନୁଯାୟୀ, ଦଳେଇଘାଇ ନିକଟ ମାଛଗାଁ କେନାଲ ବନ୍ଧ ଭାଙ୍ଗି ୧୫ ଫୁଟର ଘାଇ ହୋଇଥିବାରୁ ହନୁମନ୍ତବ୍ରହ୍ମପୁର ଗାଁ ରାସ୍ତା ଓ ଚାଷ ଜମିରେ ପାଣି ଉବୁଟୁବୁ ହେଉଛି। ସେହିପରି ତରିକୁନ୍ଦ ନିକଟରେ ୨୦ ଫୁଟର ଘାଇ ହୋଇଥିବା ଯୋଗୁଁ ଜଗତସିଂହପୁର-କଟକ ରାସ୍ତାରେ ପାଣି ଚାଲିଛି। ଏନେଇ ବାଲିଆ ଜଳସେଚନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ସୂଚନା ଦେଇଛନ୍ତି । ଘାଇ ବନ୍ଦ ପାଇଁ ବ୍ୟବସ୍ଥା କରାଯାଉଛି ବୋଲି ସେ କହିଛନ୍ତି। ରାସ୍ତା ଘାଟ, ବିଲ ବାଡ଼ି, ଘର ଦ୍ବାର ସହ ପଞ୍ଚାୟତ ଅଫିସ ଓ ତରିକୁନ୍ଦ ଫାଣ୍ଡି ପାଣି ଘେରରେ ରହିଛି । ଗତକାଲି ରାତିରୁ ଘାଇ ସୃଷ୍ଟି ହୋଇଥିବାରୁ ଚିନ୍ତାରେ ଲୋକ । ଘାଇ ଯୋଗୁଁ କଟକ-ଜଗତସିଂହପୁର ୫୫ ନମ୍ବର ଜାତୀୟ ରାଜପଥରେ ଲହଡି ମାରୁଛି ପାଣି । ଫଳରେ ଗାଡି ଚଳାଚଳ ଓ ଲୋକଙ୍କ ଯାତାୟାତ ବାଧାପ୍ରାପ୍ତ ହୋଇଛି।