Onn 3

ଆସନ୍ତା ୨୪ ଘଣ୍ଟା ୧୫ ଜିଲ୍ଲାରେ ପ୍ରବଳ ବର୍ଷିବ; ଜାରି ହେଲା ୟେଲୋ ୱାର୍ଣ୍ଣିଂ

State

ଭୁବନେଶ୍ୱର: ୨୪ ଘଣ୍ଟା ପ୍ରବଳ ବର୍ଷିବ । ୧୫ ଜିଲ୍ଲା ପାଇଁ ରହିଛି ସତର୍କ ସୂଚନା । ପାଣିପାଗ ବିଭାଗ ପୂର୍ବାନୁମାନ ଅନୁଯାୟୀ, ୨୪ ଜୁଲାଇରେ ପଶ୍ଚିମ-କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର- ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ  ସମ୍ଭାବନା ରହିଛି। ଏହି ଘୂର୍ଣ୍ଣିବଳୟ  ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମଧ୍ୟରେ ସେହି ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର  ସୃଷ୍ଟି ହୋଇପାରେ ।

ଗତକାଲିର ଘୂର୍ଣ୍ଣିବଳୟ ରବିବାର ଦକ୍ଷିଣ ଓଡିଶା ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତ୍ତନ ଠାରୁ ୩.୧ କିମି ଉଚ୍ଚତାରେ ବାୟୁମଣ୍ଡଳରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।  ଏହି ଜିଲ୍ଲାଗୁଡିକ ହେଲା ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ଅନଗୁଳ, ଢେଙ୍କାନାଳ, ନୂଆପଡା, କଳାହାଣ୍ଡି, କନ୍ଧମାଳ,  କୋରାପୁଟ, ମାଲକାନଗିରି, ରାୟଗଡା, ନବରଙ୍ଗପୁର,  ଗଜପତି, ଗଞ୍ଜାମ ।

ସୋମବାର ଅପରାହ୍ନ ସୁଦ୍ଧା ରାଜ୍ୟର ଏହି ୧୫  ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି  ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ  ସତର୍କ ସୂଚନାରେ କୁହାଯାଇଛି। ଏହି ସବୁ ଜିଲ୍ଲାପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।