Onn 3

ଆସନ୍ତାକାଲିଠୁ ପୁରୀବାସୀଙ୍କ ପାଇଁ ଖୋଲିବ ଶ୍ରୀମନ୍ଦିର ପଶ୍ଚିମ ଦ୍ବାର

State

ପୁରୀ: କାଲିଠୁ ପୁରୀବାସୀଙ୍କ ପାଇଁ ଖୋଲିବ ଶ୍ରୀମନ୍ଦିର ପଶ୍ଚିମ ଦ୍ବାର । ଏନେଇ ଗୁରୁତ୍ବପୂର୍ଣ୍ଣ ବୈଠକରେ ହୋଇଛି ନିଷ୍ପତ୍ତି । ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଜିଲ୍ଲାପାଳ, ଏସପି, ପରିଚାଳନା କମିଟି ସଦସ୍ୟ ଓ ଛତିଶା ନିଯୋଗର ସବ କମିଟି ସଦସ୍ୟଙ୍କ ଉପସ୍ଥିତିରେ ହୋଇଥିବା ବୈଠକରେ ଏହି ନିଷ୍ପତ୍ତି ହୋଇଛି । ବୈଠକ ପରେ ଶ୍ରୀମନ୍ଦିର ଚତୁଃପାର୍ଶ୍ବ ବୁଲି ଅନୁଧ୍ୟାନ କରିଛି ପ୍ରଶାସନ ।

ଆସନ୍ତାକାଲି ସକାଳ ୭ଟାରୁ ପୁରୀବାସୀଙ୍କ ପାଇଁ ପଶ୍ଚିମ ଦ୍ବାର ଖୋଲିବ । ପରିଚୟ ପତ୍ର ଦେଖାଇ ପ୍ରବେଶ କରିପାରିବେ ପୁରୀବାସୀ । ଆବଶ୍ୟକ ହେଲେ ପରବର୍ତ୍ତୀ ସମୟରେ ଅନ୍ୟ ଦୁଇ ଦ୍ବାରା ଖୋଲାଯିବା ନେଇ ନିଷ୍ପତ୍ତି ନିଆଯିବ ବୋଲି ଉପଜିଲ୍ଲାପାଳ ଭବତାରଣ ସାହୁ ସୂଚନା ଦେଇଛନ୍ତି ।