ବାରିପଦା : ମୟୁରଭଞ୍ଜ ଜିଲ୍ଲା ସଦର ମହକୁମା ବାରିପଦା ଠାରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପରିସର ସ୍ଥିତ ଫେସିଲିଟେସନ ସେଣ୍ଟର ରେ ଜିଲ୍ଲlପାଳ ଶ୍ରୀଯୁକ୍ତ ବିନୀତ ଭରଦ୍ୱାଜ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ବି ଗଙ୍ଗାଧର ଙ୍କ ତତ୍ତ୍ଵlବଧାନ ରେ ଏକ ମିଳିତ ଜନ ଶୁଣାଣି ଅଭିଯୋଗ ଶିବିର ଅନୁଷ୍ଠିତ ହୋଇଯାଇଛି | ପ୍ରାରମ୍ଭ ରେ ଜିଲ୍ଲlପାଳ ଶିବିର କୁ ଆସୁଥିବା ଜନସାଧାରଣ ଙ୍କ ଆପତ୍ତି ଅଭିଯୋଗ ଗୁଡିକର ସମାଧାନ ତ୍ୱରିତ ପ୍ରକ୍ରିୟା ରେ ସମ୍ପନ୍ନ କରିବା ପାଇଁ ଉପସ୍ଥିତ ସମସ୍ତ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ | ଆଜିର ଏହି ଶିବିର ରେ ଜନସାଧାରଣ ଙ୍କ ଠାରୁ ମୋଟ 110ଟି ଅଭିଯୋଗ ପତ୍ର ଗ୍ରହଣ ହୋଇଥିବା ବେଳେ 100 ଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ଏବଂ 10ଟି ଗ୍ରାମବାସୀ ଙ୍କ ବିଭିନ୍ନ ସମସ୍ୟା ଭିତ୍ତିକ ସାମୁହିକ ଅଭିଯୋଗ ଥିଲା |
ଗ୍ରହଣ ହୋଇଥିବା ଆପତ୍ତି ଅଭିଯୋଗ ମଧ୍ୟରୁ 17 ଟି ଅଭିଯୋଗ ର ତତ୍କାଳ ସମାଧାନ କରାଯାଇଥିଲା ଏବଂ ସହାୟତା ରାଶି ପ୍ରଦାନ ପାଇଁ ଆସିଥିବା ଅଭିଯୋଗ ର ଗୁରୁତ୍ୱ ଓ ପରିସ୍ଥିତି କୁ ବିଚାର କରି 12 ଜଣ ଙ୍କୁ ପ୍ରତ୍ୟେକ 5,000/- ଟଙ୍କା ଲେଖାଏଁ ଓ ଅନ୍ୟ ଏକ ବ୍ୟକ୍ତିଙ୍କୁ ପ୍ରତ୍ୟେକ 10,000/-ଟଙ୍କା ଏହିପରି ମୋଟ 70,000/-ଟଙ୍କା ରେଡକ୍ରସ ରୁ ଏବଂ ଅନ୍ୟ ଏକ ବ୍ୟକ୍ତି ଙ୍କୁ 10,000 ଟଙ୍କା ମୁଖ୍ୟ ମନ୍ତ୍ରୀ ସହାୟତା ପାଣ୍ଠି ରୁ ଜିଲ୍ଲାପାଳ ମଂଜୁର କରିଛନ୍ତି |
ଅନ୍ୟାନ୍ୟ ଆପତ୍ତି ଅଭିଯୋଗ ଗୁଡିକର ବିଷୟ ପ୍ରସଙ୍ଗ ଉପରେ ସବିଶେଷ ତଦନ୍ତ କରି ଅନୁଧ୍ୟାନ ପୂର୍ବକ ବିହିତ କାର୍ଯ୍ୟାନୁଷ୍ଠାନ ନେବା ସହ ତ୍ୱରିତ ପ୍ରକ୍ରିୟା ରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦେଶ ଦେଇଥିଲେ | ଅନୁଷ୍ଠିତ ଉକ୍ତ ଶିବିର ରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ ) ଶ୍ରୀ ଅକ୍ଷୟ ସୁନୀଲ ଅଗ୍ରୱାଲ,ଜିଲ୍ଲା ପରିଷଦ ର ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଦୌଲତ ଚନ୍ଦ୍ରକାର, ଭାର ପ୍ରାପ୍ତ ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ଼ | ଜ୍ଞାନେନ୍ଦ୍ର ମହାନ୍ତି ପ୍ରମୁଖଙ୍କ ସମେତ ବିଭିନ୍ନ ବିଭାଗ ର ଜିଲ୍ଲା ସ୍ତରୀୟ ଅଧିକାରୀ ଏବଂ ବାରିପଦା ଉପଖଣ୍ଡ ଅଧିନସ୍ଥ ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, ଗୋଷ୍ଠୀ ଶିକ୍ଷାଧିକାରୀ ଏବଂ ଉପଖଣ୍ଡ ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ | ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ତଥା ପି ଜି ସେଲ ର ନୋଡାଲ ଅଧିକାରୀ ଶ୍ରୀ ସୁଜୟ କୁମାର ପତି ଙ୍କ ତତ୍ତ୍ୱlବଧାନ ରେ ଶିବିର କାର୍ଯ୍ୟକ୍ରମ ପରିଚାଳନା କରାଯାଇଥିଲା |