Onn 3

ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ଶୁଭାଶିଷ ତାଳପତ୍ର

State

କଟକ: ଶପଥ ନେଲେ ଜଷ୍ଟିସ୍ ଶୁଭାଶିଷ ତାଳପତ୍ର । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଆଜି ତାଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ପାଠ କରାଇଛନ୍ତି। ହାଇକୋର୍ଟର ୩୩ତମ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ଶୁଭାଶିଷ ତାଳପତ୍ର ଶପଥଗ୍ରହଣ କରିଛନ୍ତି । ହାଇକୋର୍ଟର ପୁରୁଣା କୋଠା ସମ୍ମିଳନୀ କକ୍ଷରେ ସକାଳ ୧୦ଟାରେ ଆୟୋଜିତ ହୋଇଥିଲା ଶପଥ ଗ୍ରହଣ ଉତ୍ସବ  ।

ଜଷ୍ଟିସ ଶୁଭାଶିଷ ତାଳପତ୍ର ୧୯୬୧ ଅକ୍ଟୋବର ୪ରେ ତ୍ରିପୁରାର ଉଦୟପୁର ଠାରେ ଜନ୍ମ ଗ୍ରହଣ କରିଥିଲେ। ୨୦୧୧ ନଭେମ୍ବର ୧୫ ତାରିଖରେ ଗୌହାଟି ହାଇକୋର୍ଟର ବିଚାରପତି ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ ଜଷ୍ଟିସ୍ ଶୁଭାଶିଷ ତାଳପତ୍ର । ୨୦୧୩ରେ ତ୍ରିପୁରା ହାଇକୋର୍ଟରେ କାର୍ଯ୍ୟ କରିବା ସହ ୨୦୨୨ ଜୁନ୍ ୧୦ରୁ ଓଡ଼ିଶା ହାଇକୋର୍ଟର ବିଚାରପତି ଥିଲେ ଜଷ୍ଟିସ୍ ତାଳପତ୍ର । ଏହାପରେ ୨୦୨୨ ଜୁନ୍ ୧୦ ତାରିଖରୁ ସେ ଓଡିଶା ହାଇକୋର୍ଟର ବିଚାରପତି ଅଛନ୍ତି ।

ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଏସ୍. ମୁରଲୀଧର ଗତକାଲି ଅବସର ଗ୍ରହଣ କରିବା ପରେ ତାଙ୍କ ସ୍ଥାନ ନେଇଛନ୍ତି ଜଷ୍ଟିସ ତାଳପତ୍ର । ପୂର୍ବରୁ ସୁପ୍ରିମକୋର୍ଟ କଲେଜିୟମ୍ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍ ଶୁଭାଶିଷ ତାଳପତ୍ରଙ୍କ ନାଁ ସୁପାରିସ୍ କରିଥିଲେ । ଜଷ୍ଟିସ ତାଳପତ୍ର ଦୁଇ ମାସ ପାଇଁ ଏହି ଦାୟିତ୍ୱରେ ରହିବେ । ୨୦୨୩ ଅକ୍ଟୋବର ୩ ତାରିଖରେ ସେ ଅବସର ଗ୍ରହଣ କରିବେ ।