Onn 3

ମୋ ଜଙ୍ଗଲ ଜମି ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

State

ଭୁବନେଶ୍ବର: ମୋ ଜଙ୍ଗଲ ଜମି ଯୋଜନାର ଶୁଭାରମ୍ଭ। ବିଶ୍ବ ଦେଶଜ ଅଧିବାସୀ ଦିବସ ଅବସରରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସମସ୍ତଙ୍କ ସହଯୋଗରେ ଜନଜାତି ମାନଙ୍କ ବିକାଶ କ୍ଷେତ୍ରରେ ଏହି ଯୋଜନା ଦ୍ବାରା ଏକ ମାଇଲଷ୍ଟୋନ ସୃଷ୍ଟି ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଜଙ୍ଗଲ ଜମି ଉପରେ ସମସ୍ତ ଯୋଗ୍ୟ ବ୍ୟକ୍ତିଗତ ଓ ଗୋଷ୍ଠିଗତ ଅଧିକାରକୁ ସୁନିଶ୍ଟିତ କରିବା ଏହି ଯୋଜନାର ଲକ୍ଷ୍ୟ । ଏହାସହିତ ସମସ୍ତ ଉନ୍ନୟନମୂଳକ କାର୍ଯ୍ୟକ୍ରମ ଗୁଡିକୁ ଏହି ଯୋଜନା ସହିତ ଯୋଡି ଜନଜାତି ମାନଙ୍କ ଜୀବିକାରେ ସ୍ଥାୟିତ୍ବ ସୃଷ୍ଟି କରିବା ପାଇଁ ପଦକ୍ଷେପ ଗ୍ରହଣ କରାଯିବ। ସର୍ଭେ ହୋଇ ନ ଥିବା ଜଙ୍ଗଲ ଗାଁ ଗୁଡିକୁ ରାଜସ୍ବ ଗ୍ରାମର ମାନ୍ୟତା ପ୍ରଦାନ କରାଯିବ ବୋଲି ସେ କହିଛନ୍ତି।

ଜଙ୍ଗଲ ସଂପଦର ନିରନ୍ତର ବିକାଶ ଦିଗରେ ଜନଜାତି ମାନଙ୍କର ଅବଦାନକୁ ସ୍ବୀକୃତି ପ୍ରଦାନ କରିବା ଏହି ଯୋଜନାର ଲକ୍ଷ୍ୟ । ଜଳବାୟୁ ପରିବର୍ତ୍ତନ ଓ ଜନଜାତି ମାନଙ୍କ ଅର୍ଥନୀତି ଓ ଜୀବିକାରେ ସ୍ଥାୟିତ୍ବ ଆଣିବାରେ ମଧ୍ୟ ଏହା ସହାୟକ ହେବ। ବୋଲି ସେ କହିଥିଲେ । ଜଙ୍ଗଲ ଜମି ଅଧିକାର ପ୍ରଦାନରେ ଓଡିଶା ଏକ ଆଗୁଆ ରାଜ୍ୟ। ଏପର୍ଯ୍ୟନ୍ତ ୪ ଲକ୍ଷ ୫୦ ହଜାର ଜନଜାତି ଓ ବନବାସୀ ପରିବାରକୁ ଜଙ୍ଗଲ ଜମି ଉପରେ ସତ୍ତ୍ବ ପ୍ରଦାନ କରାଯାଇଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।