Onn 3

ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୧୫ ଜିଲ୍ଳାକୁ ୟେଲୋ ୱାର୍ଣ୍ଣିଂ ଜାରି

State

ଭୁବନେଶ୍ବର : ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ ଜାରି ହେବାପରେ ସ୍ବତନ୍ତ୍ର ରିଲିଫ୍ କମିସନର ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳଙ୍କୁ ‌ପରିସ୍ଥିତିର ମୁକାବିଲା ଲାଗି ଚିଠି ଲେଖିଛନ୍ତି। ସୂଚନା ଅନୁସାରେ ମୁଖ୍ୟତଃ ଉତ୍ତର-ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲା ସମୂହରେ ମଧ୍ୟମ ଧରଣର ବର୍ଷା ଓ କେତେକ ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ଏବଂ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେବେ ମୟୁରଭଞ୍ଜ ଓ ସମ୍ବଲପୁର ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ଆକଳନ କରିଛି।

ଆସନ୍ତାକାଲି ( ୧୩ ତାରିଖ, ରବିବାର)  ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଜିଲ୍ଲାର ବିଭିନ୍ନ ସ୍ଥାନ ଏବଂ ଜଗତସିଂହପୁର ଓ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ,ଅନଗୁଳ ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି।  କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ବି ରହିଛି। ଏହି କାରଣରୁ ଉକ୍ତ ଅଞ୍ଚଳରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ୧୪ ତାରିଖରେ କଳାହାଣ୍ଡି, ବଲାଙ୍ଗୀର ଓ ସୋନପୁର, ବୌଦ୍ଧ ଓ ଅନୁଗୁଳ ଜିଲ୍ଲାର ବିଭିନ୍ନ ସ୍ଥାନ ଏବଂ ଦେବଗଡ଼, କେନ୍ଦୁଝର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ସୋମବାର ଏହି ସବୁ ଜିଲ୍ଲାରେ ଘଡ଼ଘଡି ସହ ବର୍ଷା ସାଙ୍ଗକୁ ବଜ୍ରପାତ ହେବାର ଆଶଙ୍କା ରହିଛି।

ଶନିବାର ଅପରାହ୍ନ ସୁଦ୍ଧା ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ପ୍ରଭୃତି ଉପକୂଳ ଓ ପଶ୍ଚିମ ଓଡ଼ିଶାର ୧୮ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ହୋଇଥିବା ସୂଚନା ରହିଛି ।