Onn 3

ଆସନ୍ତା ୩ ଦିନ ରହିବ ଶୁଖିଲା ପାଗ

State

low-rain

ଭୁବନେଶ୍ୱର: ରାଜ୍ୟରେ ଆଉ ନାହିଁ ଲଘୁଚାପର ପ୍ରଭାବ। ଆସନ୍ତା ୨୪ ଘଣ୍ଟାରେ ଘୂର୍ଣ୍ଣିବଳୟ ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରି ଉତ୍ତର-ପୂର୍ବ ମଧ୍ୟପ୍ରଦେଶ ଆଡ଼କୁ ଗତି କରିବ। ଫଳରେ ଆସନ୍ତା ୩ ଦିନ ଯାଏ ରାଜ୍ୟରେ ରହିବ ଶୁଖିଲା ପାଗ।

ଦକ୍ଷିଣ ଝାଡ଼ଖଣ୍ଡ ଓ ସଂଲଗ୍ନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଓ ଉତ୍ତର ଛତିଶଗଡ଼ ଅଞ୍ଚଳରେ ଶୁକ୍ରବାର ରହିଥିବା ଲଘୁଚାପ କ୍ଷେତ୍ର ଶନିବାର ଉତ୍ତର ଛତିଶଗଡ଼ ତଥା ସଂଲଗ୍ନ ଅଞ୍ଚଳରେ ରହିଛି। ଏହାସହ ଜଡ଼ିତ ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୫.୮ କିମି ଉଚ୍ଚତା ପର୍ଯ୍ୟନ୍ତ ପରିବ୍ୟାପ୍ତ ହୋଇଛି। ତେଣୁ ଆଜିଠାରୁ ଆସନ୍ତା ୩ ଯାଏଁ ରାଜ୍ୟର କିଛି ଜିଲ୍ଲାରେ ସ୍ୱଳ୍ପ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ରବିବାର ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳର ପାଗ ମେଘୁଆ ରହିବ। ହାଲୁକା ବର୍ଷା ମଧ୍ୟ ହୋଇପାରେ।

୨୩ ତାରିଖରୁ ରାଜ୍ୟରେ ପୁଣି ବର୍ଷା ପ୍ରଭାବ ବଢ଼ିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର, ଦେବଗଡ଼, ଅନୁଗୋଳ, ମୟୂରଭଞ୍ଜ, ବାଲେଶ୍ବର, କଟକ, ନୟାଗଡ଼, ଖୋର୍ଧା, ପୁରୀ, ଭଦ୍ରକ, ‌ଢେଙ୍କାନାଳ, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।


Post Views: 6