ଠାକୁରମୁଣ୍ଡା ବ୍ଲକ ଚମ୍ପାଝର ଗ୍ରାମପଞ୍ଚାୟତ ଅଧିନ ଜଡିପଦା ଗ୍ରାମରୁ ଧାନ ବିଲରେ କାମ କରିବାକୁ ୩୦ରୁ ଊର୍ଦ୍ଧ୍ୱ ଶ୍ରମିକଙ୍କୁ ନେଇ ଏକ ଟାଟା ଏସି ଗାଡି ଆଜି ସକାଳେ ଭଦ୍ରକ ଜିଲ୍ଲା ବନ୍ତ ନିକଟ କେନ୍ଦୁଆ ଗ୍ରାମକୁ ଆସୁଥିଲା। ଏହି ସମୟରେ ଜୁଡାମ୍ବ ଘାଟି ନିକଟରେ ଗାଡ଼ିର ଏକ ଚକା ଫାଟି ଯାଇଥିଲା। ଚକା ଫାଟି ଯିବାରୁ ଗାଡ଼ିଟି ଭାରସାମ୍ୟ ହରାଇ ନିକଟରେ ଥିବା ଗଛରେ ପିଟି ହୋଇଯାଇଥିଲା।
ଠାକୁରମୁଣ୍ଡା ଅଗ୍ନିଶମ ବିଭାଗ ଓ ପୁଲିସ ଆହତମାନଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଠାକୁରମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଆହତଙ୍କ ମଧ୍ୟରେ ୭ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ଘଷିପୁରା ସ୍ୱାସ୍ଥ୍ୟ କେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଛି। ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।
Post Views: 6