Onn 3

ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ

National & International

 

sa modi

ଜୋହାନ୍ସବର୍ଗ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପଞ୍ଚଦଶ ବ୍ରିକ୍ସ ଶିଖର ସମ୍ମିଳନୀ ଅବସେରେ ବୁଧବାର ଜୋହାନ୍ସବର୍ଗଠାରେ ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ସିରିଲ୍ ରାମାଫୋସାଙ୍କୁ ସାକ୍ଷାତ କରିଛନ୍ତି। ଉଭୟ ନେତା ଦୁଇ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ହୋଇଥିବା ଅଗ୍ରଗତିର ସମୀକ୍ଷା କରିଛନ୍ତି।

ପ୍ରତିରକ୍ଷା, କୃଷି, ବାଣିଯ୍ୟ ଓ ପୁଞ୍ଜି ନିବେଶ, ସ୍ୱାସ୍ଥ୍ୟ, ସଂରକ୍ଷଣ ଏବଂ ଲୋକମାନଙ୍କ ମଧ୍ୟରେ ସମ୍ପର୍କ ସମେତ ବିଭିନ୍ନ କ୍ଷେତ୍ରରେ ହାସଲ ହୋଇଥିବା ଅଗ୍ରଗତି ଉପରେ ସନ୍ତୋଷ ବୟକ୍ତ କରିଥିଲେ। ଉଭୟ ପକ୍ଷ ପାରସ୍ପରିକ ସ୍ୱାର୍ଥସମ୍ପନ୍ନ ଆଞ୍ଚଳିକ ଏବଂ ବହୁପାକ୍ଷିକ ପ୍ରସଙ୍ଗରେ ନିରନ୍ତର ସମନ୍ୱୟ ଉପରେ ମଧ୍ୟ ମତ ବିନିମୟ କରିଥିଲେ।

ରାଷ୍ଟ୍ରପତି ରାମାଫୋସା ଭାରତ ଜି-୨୦ ଅଧ୍ୟକ୍ଷତାକୁ ପୂର୍ଣ୍ଣ ସମର୍ଥନ ଜଣାଇବା ସହ ଆଫ୍ରିକୀୟ ସଂଘକୁ ଜି-୨୦ ପୂର୍ଣ୍ଣ ସଦସ୍ୟତା ଦେବା ପାଇଁ ଭାରତ ପଦକ୍ଷେପକୁ ପ୍ରଶଂସା କରିଥିଲେ। ଜି-୨୦ ଶିଖର ସମ୍ମିଳନୀ ପାଇଁ ସେ ନୂଆଦିଲ୍ଲୀ ଗସ୍ତ କରିବା ନିମନ୍ତେ ଆଗ୍ରହୀ ବୋଲି ପ୍ରକାଶ କରିଥିଲେ। ବ୍ରକ୍ସି ଶିଖର ସମ୍ମିଳନୀର ସଫଳ ଆୟୋଜନ ପାଇଁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତି ରାମାଫୋସାଙ୍କୁ ଅଭିନନ୍ଦନ ଜଣାଇଥିଲେ। ପାସ୍ପରିକ ସୁବିଧାଜନକ ତାରିଖରେ ଏକ ସରକାରୀ ଗସ୍ତରେ ଦକ୍ଷିଣ ଆଫ୍ରିକା ଯିବା ପାଇଁ ରାଷ୍ଟ୍ରପତି ରାମାଫୋସାଙ୍କ ନିମନ୍ତ୍ରଣକୁ ପ୍ରଧାନମନ୍ତ୍ରୀ ଗ୍ରହଣ କରିଥିଲେ।

Post Views: 6