Onn 3

ରାଜ୍ୟରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୩ ଦିନ ଯାଏଁ ୟେଲୋ ୱାର୍ଣ୍ଣି ଜାରି

State

 

barsha

ଭୁବନେଶ୍ୱର: ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ବୁଧବାର ଅପରାହ୍ନରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ଦେଖା ଯାଇଛି। ଗତକାଲିର ବର୍ଷା ସବୁ ଜିଲ୍ଲାକୁ ବେହାଲ କରିଛି। ଭାରତ ପାଣିପାଗ ବିଭାଗ (ଆଇଏମଡି) ଆଗାମୀ ୧୨ ଘଣ୍ଟା ମଧ୍ୟରେ ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡା, ଦେବଗଡ଼ ଏବଂ କେନ୍ଦୁଝର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି।

ତେବେ ଆସନ୍ତା ୩ ଦିନ ଯାଏଁ ଉତ୍ତର, ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ପରିମାଣ ବଢିବ। ୭-୧୧ ସେଣ୍ଟିମିଟର ଯାଏଁ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ତେବେ ମୌସୁମୀ ଏବେ ଦୁର୍ବଳ ରହିଛି। କେତେକ ଜିଲ୍ଲାରେ ବାଦଲ ଫଟା ବର୍ଷା ସାଙ୍ଗକୁ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରାଯାଇଛି। ଏଥିପାଇଁ ରାଜ୍ୟର ଅଧିକାଂଶ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବରଗଡ଼, ସୋନପୁର, ବଲାଙ୍ଗୀର, ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, କଟକ, ଖୋର୍ଦ୍ଧା ଏବଂ ପୁରୀର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତ୍ସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ ଏବଂ ପୁରୀରେ ବଜ୍ରପାତ ସହ ଘଡ଼ଘଡ଼ି ହେବା ଆଶଙ୍କା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିବା ବେଳେ ଅଗଷ୍ଟ ୨୬ ରେ ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି।

Post Views: 5