ଭୁବନେଶ୍ଵର: ସେପ୍ଟେମ୍ବର ୨୨ରୁ ଆରମ୍ଭ ହେବ ବିଧାନସଭା ମୌସୁମୀ ଅଧିବେଶନ । ସେପ୍ଟେମ୍ବର ୨୨ରୁ ଆରମ୍ଭ ହୋଇ ଅକ୍ଟୋବର ୪ ଯାଏଁ ଚାଲିବ ଏହି ଅଧିବେଶନ । ଏଥର ଅଧିବେସନରେ ମୋଟ ୧୩ ଦିନର କାର୍ଯ୍ୟ ଦିବସ ରହିଛି । ସେପଟେ ବିଧାନସଭାର ଗୋଟିଏ ଦିନ ପୁର୍ବରୁ ଅର୍ଥାତ୍ ୨୧ତାରିଖରେ ହେବ ବାଚସ୍ପତି ନିର୍ବାଚନ । ଏନେଇ ବିଧାନସଭା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।
