Onn 3

ମୟୁରଭଞ୍ଜ ଜିଲ୍ଲା ପ୍ରଶାସନ ପକ୍ଷରୁ ସେପ୍ଟେମ୍ବର ମାସ ରେ ଅନୁଷ୍ଠିତ ହେବାକୁ ଥିବା ମିଳିତ ଜନ ଅଭିଯୋଗ ଶୁଣାଣୀ ଶିବିର ର କାର୍ଯ୍ୟସୂଚୀ

State

ବାରିପଦା: ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଙ୍କ ତତ୍ତ୍ଵlଵଧାନ ରେ ଚଳିତ 2023 ମସିହା ସେପ୍ଟେମ୍ବର ମାସରେ ଅନୁଷ୍ଠିତ ହେବାକୁ ଥିବା ମିଳିତ ଜନ ଶୁଣାଣି ଶିବିର ପାଇଁ ଜିଲ୍ଲା ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ହୋଇଥିବା କାର୍ଯ୍ୟସୂଚୀ ଅନୁଯାୟୀ ସେପ୍ଟେମ୍ବର ମାସ ର ପ୍ରଥମ ସୋମବାର
ତା 04-09-2023 ରିଖ (ସଦର ଉପଖଣ୍ଡ ବାରିପଦା ପାଇଁ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସ୍ଥିତ ଫେସିଲିଟେସନ ସେଣ୍ଟର, ସେପ୍ଟେମ୍ବର ମାସ ଦ୍ୱିତୀୟ ସୋମବାର ତା 11-09-2023 ରିଖ ବାମନଘାଟି ଉପଖଣ୍ଡ ପାଇଁ ବାମନଘାଟି ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ, ରାଇରଙ୍ଗପୁର ଠାରେ, ସେପ୍ଟେମ୍ବର ମାସ ତୃତୀୟ ସୋମବାର ତା 18-09-2023 ରିଖ ପାଞ୍ଚପିଢ଼ ଉପଖଣ୍ଡ ପାଇଁ କରଞ୍ଜିଆ ଉପଜିଲ୍ଲାପାଳ ଙ୍କକାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଏବଂ ସେପ୍ଟେମ୍ବର ମାସର ଚତୁର୍ଥ ସୋମବାର ତା 25-09-2023 ରିଖ କପ୍ତିପଦା ଉପଖଣ୍ଡ ପାଇଁ କପ୍ତିପଦା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ,ଉଦଳା ଠାରେ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ ହେବ |

ବାରିପଦା ଠାରେ ଅନୁଷ୍ଠିତ ହେବାକୁ ଥିବା ଜନ ଅଭିଯୋଗ ଶୁଣାଣି ଶିବିର ରେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ, ସମସ୍ତ ଜିଲ୍ଲା ସ୍ତରୀୟ ଲାଇନ ବିଭାଗ ଅଧିକାରୀ ଏବଂ ବାରିପଦା ଉପଖଣ୍ଡ ଅନ୍ତର୍ଗତ ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ତହସିଲଦାର ମାନେ ଉପସ୍ଥିତିରେ ଏବଂ ଜିଲ୍ଲାର ଅନ୍ୟ ଉପଖଣ୍ଡ ମାନଙ୍କରେ ଅନୁଷ୍ଠିତ ହେବାକୁ ଥିବା ଉପଖଣ୍ଡ ସ୍ତରୀୟ ଜନ ଶୁଣାଣି ଶିବିର ରେ ସମ୍ପୃକ୍ତ ଉପଖଣ୍ଡ ର ଉପଖଣ୍ଡ ସ୍ତରୀୟ ଅଧିକାରୀ ଙ୍କ ସମେତ ସମ୍ପୃକ୍ତ ଉପଖଣ୍ଡ ଅନ୍ତର୍ଗତ ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର ଓ ଲାଇନ ବିଭାଗ ଅଧିକାରୀ ମାନଙ୍କ ଉପସ୍ଥିତି ରେ ସାଧାରଣ ଜନତା ଙ୍କ ଆପତ୍ତି ଅଭିଯୋଗ ପତ୍ର ଗୁଡିକର ଶୁଣାଣି କରି ସମାଧାନ ନିମନ୍ତେ ଆବଶ୍ୟକୀୟ ପଦକ୍ଷେପ ନିଆଯିବ |ଉକ୍ତ ଧାର୍ଯ୍ୟ ତାରିଖ ଓ ସ୍ଥାନରେ ଅନୁଷ୍ଠିତ ହେବାକୁ ଥିବା ଜନ ଅଭିଯୋଗ ଶୁଣାଣି ଶିବିର କାର୍ଯ୍ୟକ୍ରମ ରେ ସମ୍ପୃକ୍ତ ଉପଖଣ୍ଡ ଅଂଚଳ ର ଜନସାଧାରଣ ନିଜର ବ୍ୟକ୍ତିଗତ ଓ ସାମୁହିକ ସମସ୍ୟା ସମ୍ପର୍କିତ ଅଭିଯୋଗ ଉପସ୍ଥିତ ରହି ଜଣାଇ ପାରିବେ |