Onn 3

ଆଜି ପୁଣି ସୁନ୍ଦରଗଡ଼ରେ ୧୧ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତ ଚିହ୍ନଟ

State

ସୁନ୍ଦରଗଡ଼ : ସୁନ୍ଦରଗଡ଼ରେ ଚିନ୍ତା ବଢାଉଛି ସ୍କ୍ରବ ଟାଇଫସ୍। ଆଜି ପୁଣି ୧୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏବେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଛି ୧୮୦ । ଏନେଇ ସୂଚନା ଦେଲେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ।

ଗତକାଲି ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହି ରୋଗକୁ ନିୟନ୍ତ୍ରଣ କରିବା ପାଇଁ ଔଷଧ ଓ ନମୁନା ପରୀକ୍ଷା ପାଇଁ ସମସ୍ତ ସୁବିଧା ଥିବା ସହ ସ୍ବତନ୍ତ୍ର ଡାକ୍ତରୀ ଦଳ ପ୍ରସ୍ତୁତ ରହିଛନ୍ତି। ଚିଗର୍ସ ନାମକ ଏକ କୀଟ କାମୁଡ଼ିବା ଦ୍ବାରା ଲୋକଙ୍କ ଶରୀରରେ ଏହି ସଂକ୍ରମଣ ଆରମ୍ଭ ହୋଇଥାଏ। ପୋଖରୀ , ବିଲ କି ଜଙ୍ଗଲକୁ ଯାଉଥିବା ଲୋକ ଏହି କୀଟ ଦଂଶନର ଶିକାର ହୋଇଥାନ୍ତି।