Onn 3

ଅତି ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି

State

 

rain

ଭୁବନେଶ୍ୱର: ରାଜ୍ୟର କିଛି ଅଞ୍ଚଳରେ ପ୍ରବଳ ବର୍ଷା ସାଙ୍ଗକୁ ଘଡ଼ଘଡ଼ି ଓ ବଜ୍ରପାତ ହେବା ନେଇ ଆଶଙ୍କା ରହିଛି। ଏନେଇ ପୂର୍ବାନୁମାନ କଲା ପାଣିପାଗ ବିଭାଗ। ଆଇଏମଡି ଅନୁଯାୟୀ, ଶୁକ୍ରବାର ଏବଂ ଶନିବାର ସକାଳ ୮.୩୦ ପର୍ଯ୍ୟନ୍ତ ଝାରସୁଗୁ଼ଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମାଲକାନଗିରି, କୋରାପୁଟ ଏବଂ ନବରଙ୍ଗପୁରର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି।

ସେହିପରି ଝାରସୁଗୁଡା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା ଏବଂ ବରଗଡ଼ ଜିଲ୍ଲାରେ ଘଡ଼ଘଡ଼ି ସହ ବଜ୍ରପାତ ହେବା ଆଶଙ୍କା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତାକାଲି ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି। ଅନ୍ୟପଟେ ୨୫ ସେପ୍ଟେମ୍ବର ବେଳକୁ ପଶ୍ଚିମ ରାଜସ୍ଥାନ ଅଞ୍ଚଳରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତନ ପାଇଁ ପାଗ ଅନୁକୂଳ ହେବାର ସମ୍ଭାବନା ରହିଛି। ୧ ସେପ୍ଟେମ୍ବରରୁ ଆଜି ୨୨ ସେପ୍ଟେମ୍ବର ମଧ୍ୟରେ ରାଜ୍ୟରେ ଏଯାବତ ୨୯୩.୭ ମିମି ବର୍ଷା ରେକର୍ଡ କରାଯାଇଛି ଯାହା ସ୍ୱାଭାବିକ ବର୍ଷା ୧୯୨.୭ ମିମି ତୁଳନାରେ ୫୨ ପ୍ରତିଶତ ଅଧିକ ରହିଛି।