ପୁଲିସ୍ କହିଛି ଯେ ନାବାଳିକା ଜଣଙ୍କ ତାଙ୍କ ବାପାଙ୍କ ବିରୋଧରେ ଯେଉଁ ଅଭିଯୋଗ ଆଣିଛନ୍ତି, ପ୍ରଥମେ ତା’ର ତଦନ୍ତ କରାଯିବ। ତା’ପରେ ଏହି ହତ୍ୟା ଘଟଣା ପାଇଁ ନାବାଳିକାଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଅନ୍ୟପକ୍ଷରେ ଗତ ଶୁକ୍ରବାର ପାକିସ୍ତାନର ଏକ କୋର୍ଟ ଜଣେ ବ୍ୟକ୍ତି ମୃତ୍ୟୁ ଦଣ୍ଡାଦେଶ ଦେଇଥିଲେ। ଉକ୍ତ ବ୍ୟକ୍ତି ଜଣଙ୍କ ତାଙ୍କ ନାବାଳିକା ଝିଅକୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା। ସେ ଦୋଷୀ ସାବ୍ୟସ୍ତ ହେବା ପରେ କୋର୍ଟ ତାଙ୍କୁ ମୃତ୍ୟୁ ଦଣ୍ଡାଦେଶ ଦେଇଥିଲେ।